Posted inଜାତୀୟ

କର୍ମଯୋଗୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩ା୯: ସରକାରୀ କର୍ମଚାରୀମାନଙ୍କ ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ ମିଶନ କର୍ମଯୋଗୀକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହା ସେମାନଙ୍କ ପାଇଁ ଭବିଷ୍ୟତରେ ସହାୟକ ହେବ। ସରକାରଙ୍କର ଏହା ସର୍ବବୃହତ୍‌ ମାନବ ସମ୍ବଳ ବିକାଶ ସଂସ୍କାର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। କର୍ମଯୋଗୀ ମିଶନର ଶୀର୍ଷରେ ଏକ ଏଚ୍‌ଆର୍‌ କାଉନସିଲ ରହିବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କାଉନ୍‌ସିଲରେ କେତେଜଣ କେନ୍ଦ୍ରମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀମାନେ ରହିବେ। ଏହାବ୍ୟତୀତ ବିଶିଷ୍ଟ ଚିନ୍ତାନାୟକ, ସାହିତି୍ୟକ ଏବଂ ସିଭିଲ୍‌ ସର୍ଭିସ ନେତୃତ୍ୱ ମଧ୍ୟ ଏଥିରେ ସଦସ୍ୟ ରହିବେ। ବର୍ତ୍ତମାନର ପ୍ରଶାସନିକ ଅଧିକାରୀମାନେ ଯେପରି ବିଶ୍ୱ ଚ୍ୟାଲେଞ୍ଜକୁ ସମ୍ମୁଖୀନ ହୋଇପାରିବେ, ସେଥିପାଇଁ ସେମାନଙ୍କୁ ସ୍ବପ୍ନଦ୍ରଷ୍ଟା, ଇନୋଭେଟିଭ୍‌ ହେବା ସହ କର୍ତ୍ତବ୍ୟନିଷ୍ଠ, ବିନମ୍ର, ପେସାଦାରି ଏବଂ ପ୍ରଗତିଶୀଳ, ଉଦ୍ୟମୀ, ସ୍ବଚ୍ଛ, ବୈଷୟିକ ଦୃଷ୍ଟିରୁ ସମର୍ଥ, ଗଠନମୂଳକ ଏବଂ ସୃଜନାତ୍ମକ ହେବାକୁ ପଡିବ ବୋଲି କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ସଚିବ ସି. ଚନ୍ଦ୍ରମୌଳି କହିଛନ୍ତି। ମନ୍ତ୍ରୀ ଜାଭଡେକରଙ୍କ ସହ ସେ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ। କର୍ମଚାରୀମାନଙ୍କ ବ୍ୟକ୍ତିଗତ ଓ ଆନୁଷ୍ଠାନିକ ସାମର୍ଥ୍ୟ ବୃଦ୍ଧି କରିବା ମିଶନ କର୍ମଯୋଗୀର ଲକ୍ଷ୍ୟ ବୋଲି ସେ କହିଛନ୍ତି। ସେକ୍ସନ ଅଫିସରଙ୍କଠାରୁ ସଚିବ ପର୍ଯ୍ୟନ୍ତ ସମସ୍ତେ ଏହି ଯୋଜନାରେ ସାମିଲ ହେବେ।

କଶ୍ମୀରୀ, ଡୋଗ୍ରୀ, ହିନ୍ଦୀ ହେବ ଜମ୍ମୁ-କଶ୍ମୀର ସରକାରୀ ଭାଷା
ବର୍ତ୍ତମାନର ଉଦ୍ଦ ର୍ୁ ଓ ଇଂଲିଶ ବ୍ୟତୀତ କଶ୍ମୀରୀ, ଡୋଗ୍ରୀ ଓ ହିନ୍ଦୀକୁ ଜମ୍ମୁ-କଶ୍ମୀରର ସରକାରୀ ଭାଷା ଭାବେ ବ୍ୟବହାର କରାଯାଇପାରିବ। ଏ ସମ୍ପର୍କିତ ଏକ ବିଲ୍‌କୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଜମ୍ମୁ-କଶ୍ମୀର ସରକାରୀ ଭାଷା ବିଲ୍‌, ୨୦୨୦ ଉପସ୍ଥାପନ କରାଯିବ ବୋଲି ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri