Posted inଜାତୀୟ

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ ଯୋଗ୍ୟତା ପରୀକ୍ଷା ପରିଚାଳନା କରିବ। ଏହା ଏକ ଐତିହାସିକ ନିଷ୍ପତ୍ତି ଯାହା ନିଯୁକ୍ତି ଆଶାୟୀ ଯୁବତୀଯୁବକଙ୍କ ପାଇଁ ଲାଭଦାୟକ ହେବ ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। ଚଳିତ ବର୍ଷର କେନ୍ଦ୍ରୀୟ ବଜେଟ ଉପସ୍ଥାପନ ବେଳେ ସରକାର ଜାତୀୟ ନିଯୁକ୍ତି ଏଜେନ୍ସି (ଏନ୍‌ଆର୍‌ଏ) ପ୍ରସ୍ତାବ ଆଣିଥିଲେ। ଏହା ଏକ ନିରପେକ୍ଷ ସଂଗଠନ ଯାହା ସରକାରୀ ନିଯୁକ୍ତି ପାଇଁ ସାଧାରଣ ଯୋଗ୍ୟତା ପରୀକ୍ଷା ମାଧ୍ୟମରେ ପ୍ରାର୍ଥୀ ଚୟନ କରିବ। ଏବେ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଏବଂ ଷ୍ଟାଫ୍‌ ସିଲେକ୍ସନ କମିଶନ (ଏସ୍‌ଏସ୍‌ସି) ଜରିଆରେ ସରକାରୀ ନିଯୁକ୍ତି ଲାଗି ପରୀକ୍ଷା କରାଯାଉଛି।
ଏନ୍‌ଆର୍‌ଏ ସ୍ଥାପନ ଲାଗି କ୍ୟାବିନେଟ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟର ଜରିଆରେ ଉଚ୍ଚ ପ୍ରଶଂସା କରିଛନ୍ତି। ଦେଶର କୋଟି କୋଟି ଯୁବତୀଯୁବକଙ୍କ ପାଇଁ ଏହା ବରଦାନ ହେବ। ବିଭିନ୍ନ ନିଯୁକ୍ତି ପାଇଁ ସେମାନଙ୍କୁ ଆଉ ଏକାଧିକ ପରୀକ୍ଷାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ଫଳରେ ସେମାନଙ୍କର ମୂଲ୍ୟବାନ ସମୟ ଓ ସମ୍ବଳ ବଞ୍ଚତ୍ବା ସହ ନିଯୁକ୍ତି କ୍ଷେତ୍ରରେ ସ୍ବଚ୍ଛତା ଆସିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏନ୍‌ଆର୍‌ଏ ସବୁ ଜିଲାରେ ପରୀକ୍ଷା କେନ୍ଦ୍ର କରିବ। ପରୀକ୍ଷାର୍ଥୀଙ୍କୁ ବିଶେଷ କରି ମହିଳା ପ୍ରାର୍ଥୀଙ୍କୁ ପରୀକ୍ଷା ପାଇଁ ଦୂରକୁ ଯିବାକୁ ପଡ଼ିବ ନାହିଁ। ସମ୍ପ୍ରତି ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଁ ପ୍ରାର୍ଥୀମାନଙ୍କୁ ବିଭିନ୍ନ ସଂସ୍ଥା ଅଧୀନରେ ଭିନ୍ନ ଭିନ୍ନ ପରୀକ୍ଷା ଦେବାକୁ ପଡ଼ୁଛି। ଏଥିରେ ସମୟ ବରବାଦ ହେବା ସହ ନିଯୁକ୍ତି ଆଶାୟୀମାନେ ଖର୍ଚ୍ଚାନ୍ତ ହେଉଛନ୍ତି। ଦୂରରେ ଥିବା ପରୀକ୍ଷାକେନ୍ଦ୍ରକୁ ଯିବା ଆସିବା, ରହିବା ଆଦିରେ ମଧ୍ୟ ଅଧିକ ଖର୍ଚ୍ଚ ହେଉଛି। ଗୋଟିଏ ପରୀକ୍ଷା ହେବା ଦ୍ୱାରା ଏହିସବୁ ଖର୍ଚ୍ଚରୁ ମୁକ୍ତି ମିଳିବ ବୋଲି କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri