Posted inଜାତୀୟ

ବଢ଼ିଲା ଧାନର ସହାୟକ ମୂଲ୍ୟ: କେନ୍ଦ୍ର କ୍ୟାବିନେଟରେ ଅନୁମୋଦିତ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରାଯାଇଛି। ପ୍ରସ୍ତାବ ଅନୁମୋଦନ ପରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୨୧୮୩ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୁଗଡାଲିର ସହାୟକ ମୂଲ୍ୟରେ ସରକାର ୧୦ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ ମୁଗର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୮ହଜାର ୫ଶହ ୫୮ ଟଙ୍କାକୁ ବୃଦ୍ଧି ପାଇଛି। ମୁଗ ଗତବର୍ଷ କୁଇଣ୍ଟାଲ ପିଛା ୭ହଜାର ୭ଶହ ୫୫ ଟଙ୍କା ରହିଥିଲା। ସାଧାରଣ ଗ୍ରେଡ୍‌ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୨୦୪୦ ଟଙ୍କାରୁ ୧୪୩ ଟଙ୍କା ବୃଦ୍ଧି କରାଯାଇ ୨୧୮୩ ଟଙ୍କା କରାଯାଇଛି। ‘ଏ’ ଗ୍ରେଡ୍‌ ଧାନର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୧୬୩ ଟଙ୍କା ବୃଦ୍ଧି କରାଯାଇ ୨୨୦୩ ଟଙ୍କା କରାଯାଇଛି।

ସରକାରଙ୍କ ଏହି ନିଷ୍ପତ୍ତି ପରେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ କୃଷକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଥିବା ଗଣମାଧ୍ୟମକୁ କହିଛନ୍ତି। ପ୍ରଧାନମନ୍ତ୍ରୀ ମୁଦ୍ରାସ୍ଫୀତି ନିୟନ୍ତ୍ରଣକୁ ପ୍ରାଥମିକତା ଦେଇଛନ୍ତି। ବିଶ୍ୱର ବିଭିନ୍ନ ଦେଶରେ ଖାଦ୍ୟସାମଗ୍ରୀର ମୁଦ୍ରାସ୍ଫୀତି ୩୦ରୁ ୪୦%କୁ ବୃଦ୍ଧି ପାଇଥିବା ବେଳେ ଭାରତରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣରେ ରହିଥିବା ସେ କହିଛନ୍ତି। ଏମ୍‌ଏସ୍‌ପି ବୃଦ୍ଧି ଦ୍ୱାରା କୃଷକଙ୍କୁ ଫାଇଦା ମିଳିବ ବୋଲି କେନ୍ଦ୍ରମନ୍ତ୍ରୀ ଗୋୟଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri