ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଆର୍ଥିକ କରିଡର୍‌ର ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି

ନୂଆଦିଲ୍ଲୀ,୧୩।୩: ଭାରତ-ମଧ୍ୟପ୍ରାଚ୍ୟ ୟୁରୋପ ଆର୍ଥିକ କରିଡର୍‌ର ସଶକ୍ତିକରଣ ଏବଂ ପରିଚାଳନା ପାଇଁ ଭାରତ ଓ ୟୁଏଇ ମଧ୍ୟରେ ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମାକୁ କ୍ୟାବିନେଟ୍‌ ମଞ୍ଜୁରି ମିଳିଛି। ଆନ୍ତଃସରକାରୀ ବ୍ୟବସ୍ଥା ରାଜିନାମା (ଆଇଜିଏଫଏ)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ପିଛିଲା ଭାବେ ଏହି ରାଜିନାମାକୁ ମଞ୍ଜୁରି ମିଳିଛି। କରିଡର ପରିଚାଳନା ପାଇଁ ସହଯୋଗ ଉପରେ ଉଚ୍ଚସ୍ତରୀୟ ଗସ୍ତ ସମୟରେ ଭାରତ ଏବଂ ୟୁଏଇ ମଧ୍ୟରେ ୧୩ ଫେବୃଆରୀ ୨୦୨୪ରେ ଆଇଜିଏଫଏ ସ୍ୱାକ୍ଷରିତ ହୋଇଥିଲା।

ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି କରିବା ଏବଂ ବନ୍ଦର, ସାମୁଦ୍ରିକ ଏବଂ ଲଜିଷ୍ଟିକ୍ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଆଇଜିଏଫ୍ଏର ଲକ୍ଷ୍ୟ। ଆଇଏମଇସିର ବିକାଶ କ୍ଷେତ୍ରରେ ଭବିଷ୍ୟତର ମିଳିତ ପୁଞ୍ଜିନିବେଶ ଏବଂ ସହଯୋଗର ଅଧିକ ସମ୍ଭାବନା ଖୋଜିବା ଉଦ୍ଦେଶ୍ୟରେ ଦୁଇ ଦେଶ ମଧ୍ୟରେ ସହଯୋଗର କ୍ଷେତ୍ରଗୁଡ଼ିକୁ ଆଇଜିଏଫ୍ଏରେ ସାମିଲ କରାଯାଇଛି।

ଏହି ରାଜିନାମାରେ ଦୁଇ ଦେଶ ମଧ୍ୟରେ ସହଯୋଗର ବିସ୍ତୃତ ଢାଞ୍ଚା ରହିଛି। ଏହି ସହଯୋଗ ଦେଶଗୁଡ଼ିକର ନିଜସ୍ୱ ନିୟମ ଏବଂ ନିୟମାବଳୀ ଅନୁଯାୟୀ ପାରସ୍ପରିକ ସହମତିପ୍ରାପ୍ତ ନୀତି, ମାର୍ଗଦର୍ଶିକା ଓ ଚୁକ୍ତିନାମା ଉପରେ ଆଧାରିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri