କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୫୦୨୩ MBBS, ୫000 PG ସିଟ୍‌ ବଢ଼ିଲା

ନୂଆଦିଲ୍ଲୀ,୨୪ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍‌ ବୁଧବାର ସରକାରୀ ମେଡିକାଲ୍‌ କଲେଜ ଓ ହସ୍ପିଟାଲଗୁଡ଼ିକର ଉନ୍ନତି ଓ ସମ୍ପ୍ରସାରଣ ପାଇଁ ସେଣ୍ଟ୍ରାଲି ସ୍ପନ୍ସର୍ଡ ସ୍କିମ୍‌ (CSS) ଫେଜ୍‌-IIIକୁ ଅନୁମୋଦନ ଦେଇଛି। ଏହା ଅଧୀନରେ ୫୦୨୩ MBBS ଓ ୫୦୦୦ PG ସିଟ୍‌ ବୃଦ୍ଧି କରାଯିବ, ଯେଉଁଥିପାଇଁ ପ୍ରତି ସିଟ୍‌ ପାଇଁ ଖର୍ଚ୍ଚ ସୀମା ୧.୫ କୋଟି ଟଙ୍କା ନିର୍ଦ୍ଧାରିତ ହୋଇଛି।

୨୦୨୫-୨୬ରୁ ୨୦୨୮-୨୯ ମଧ୍ୟରେ ଏହି ଯୋଜନା ପାଇଁ ମୋଟ ୧୫୦୩୪.୫ କୋଟି ଟଙ୍କା ବ୍ୟୟ ହେବ, ଯେଉଁଥିରୁ କେନ୍ଦ୍ରର ଅଂଶ ୧୦୩୦୩.୨ କୋଟି ଓ ରାଜ୍ୟର ଅଂଶ ୪୭୩୧.୩ କୋଟି। ଏହା ଦେଶରେ ଡାକ୍ତରଙ୍କ ଉପଲବ୍ଧତା ବୃଦ୍ଧି, ନୂଆ ସ୍ପେସିଆଲିଟି ପ୍ରବର୍ତ୍ତନ ଓ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ମଜବୁତ କରିବ।

ଗତ ୧୦ ବର୍ଷରେ ଭାରତରେ ମେଡିକାଲ୍‌ କଲେଜ ସଂଖ୍ୟା ୩୮୭ରୁ ୮୦୮କୁ ବୃଦ୍ଧି ପାଇଛି, ଏହା ସହିତ ୬୯୩୫୨ MBBS ଓ ୪୩୦୪୧ PG ସିଟ୍‌ ବୃଦ୍ଧି ପାଇଛି। ଏହା ସହ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା ଅଧୀନରେ ୨୨ଟି ନୂଆ AIIMS ମଧ୍ୟ ଅନୁମୋଦିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri