Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୯ା୯:ଲୋକ ସଭା ଓ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ରଖିବା ସଂକ୍ରାନ୍ତ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ ସୋମବାର ରାତିରେ ମଞ୍ଜୁରୀ ପ୍ରଦାନ କରିଥିବା ସୂତ୍ରରୁ ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ୯୦ ମିନିଟ୍‌ର ଆଲୋଚନା ପରେ ଏହି ବହୁ ପ୍ରତୀକ୍ଷିତ ବିଧେୟକକୁ ଅନୁମୋଦନ କରାଯାଇଥିତ୍ବା କୁହାଯାଉଛି। ତେବେ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସରକାର ଗଣମାଧ୍ୟମକୁ କୌଣସି ସୂଚନା ଦେଇ ନ ଥିବାରୁ ମହିଳା ସଂରକ୍ଷଣ ବିଲ୍‌ ଅନୁମୋଦନକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି।
ସଂସଦରେ ସ୍ବତନ୍ତ୍ର ଅଧିବେଶନର ପ୍ରଥମ ଦିନ ବୈଠକ ଶେଷ ହେବା ପରେ କ୍ୟାବିନେଟ ବୈଠକ ବସିଥିଲା। ଏଥିରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ଅମିତ୍‌ ଶାହା, ପୀୟୂଷ ଗୋୟଲ, ପ୍ରହ୍ଲାଦ ଜୋଷୀ, ଏସ୍‌. ଜୟଶଙ୍କର, ନିର୍ମଳା ସୀତାରାମନ୍‌, ଧର୍ମେନ୍ଦ୍ର ପ୍ରଧାନ, ନୀତୀନ ଗଡକରୀ ଏବଂ ଅର୍ଜୁନ ରାମ ମେଘଓ୍ବାଲ ପ୍ରମୁଖ ଉପସ୍ଥିତ ଥିଲେ। ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନରେ ଐତିହାସିକ ନିଷ୍ପତ୍ତି ନିଆଯିବ ବୋଲି ପ୍ରଧାନମନ୍ତ୍ରୀ ପୂର୍ବରୁ କହିଥିଲେ। ଇତିମଧ୍ୟରେ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କ ନେତୃତ୍ୱରେ ଏକାଧିକ ବୈଠକ ବସିଥିଲା। ସେଥିରେ ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡା ଉପସ୍ଥିତ ଥିଲେ। ସ୍ବତନ୍ତ୍ର ଅଧିବେଶନର କାର୍ଯ୍ୟସୂଚୀ ସମ୍ପର୍କରେ ସରକାର ପୂର୍ବରୁ କୌଣସି ସୂଚନା ଦେଇ ନ ଥିବାରୁ ମହିଳା ସଂରକ୍ଷଣ ବିଲ୍‌ କିମ୍ବା ‘ଗୋଟିଏ ରାଷ୍ଟ୍ର ଏକ ନିର୍ବାଚନ’ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଥିଲା।
ସୂଚନା ଦିଆଯାଇପାରେ, ଦେଶର ବ୍ୟବସ୍ଥାପକ ପ୍ରକ୍ରିୟାରେ ମହିଳାମାନଙ୍କ ପ୍ରତିନିଧିତ୍ୱକୁ ସୁଯୋଗ ଦିଆଯାଇ ଲିଙ୍ଗଗତ ବୈଷମ୍ୟକୁ ଦୂର କରିବା ଦିଗରେ ମହିଳା ସଂରକ୍ଷଣ ବିଲ୍‌ ସପକ୍ଷରେ ଦୀର୍ଘଦିନ ହେବ ଦାବି ହୋଇ ଆସୁଥିଲା। ୧୯୯୬ରୁ ସଂସଦରେ ଏହି ବିଲ୍‌କୁ ବାରମ୍ବାର ଆଗତ କରାଯାଇଥିଲେ ମଧ୍ୟ ରାଜନୈତିକ ବିରୋଧ ଯୋଗୁ ତାହା ଫଳପ୍ରଦ ହୋଇପାରି ନ ଥିଲା। ସ୍ବତନ୍ତ୍ର ଅଧିବେଶନର ପ୍ରଥମ ଦିନରେ ଦଳମତ ନିର୍ବିଶେଷରେ ମହିଳା ସଂରକ୍ଷଣ ବିଲ୍‌ ଆଣିବା ଲାଗି ଦାବି ହୋଇଥିଲା। ସମର୍ଥକମାନଙ୍କ ଯୁକ୍ତି ହେଉଛି ଯେ, ଲିଙ୍ଗଗତ ସମାନତାକୁ ବଜାୟ ରଖିବା ସହ ନିଷ୍ପତ୍ତି ନେବା କ୍ଷେତ୍ରରେ ମହିଳାମାନଙ୍କୁ ସଶକ୍ତ କରିବା ଦିଗରେ ଏହା ସହାୟକ ହୋଇପାରିବ। କ୍ୟାବିନେଟରେ ମହିଳା ସଂରକ୍ଷଣ ବିଲ୍‌କୁ ମଞ୍ଜୁରୀ ମିଳିବା ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦଳୀୟ ଏମ୍‌ପିମାନଙ୍କୁ ଭେଟିଛନ୍ତି। କଂଗ୍ରେସ ମୁଖପାତ୍ର ଜୟରାମ ରମେଶ କ୍ୟାବିନେଟ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସର୍ବପୁରାତନ ଦଳର ଏହା ଦୀର୍ଘଦିନର ଦାବି ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri