Posted inଜାତୀୟ

କ୍ୟାବିନେଟ କମିଟି ପୁନର୍ଗଠିତ

ନୂଆଦିଲ୍ଲୀ,୧୪ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ୬ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡ଼ିକୁ ପୁନର୍ଗଠନ କରିଛନ୍ତି। ମଙ୍ଗଳବାର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)କୁ ଛୋଟ କରାଯାଇଥିବାବେଳେ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ରେ ନୂଆ ମୁହଁଙ୍କୁ ସାମିଲ କରାଯାଇଛି। କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ, ଗିରିରାଜ କିଶୋର, ଭୂପିନ୍ଦର ଯାଦବ ଓ ସର୍ବାନନ୍ଦ ସୋନୋଓ୍ବାଲଙ୍କୁ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ମିଳିଛି। କିନ୍ତୁ ସିସିଇଏରେ କୌଣସି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟକୁ ପ୍ରତିନିଧିତ୍ୱ ମିଳିନାହିଁ। ସେହିପରି ସିସିପିଏରେ ଏନ୍‌ଡିଏର କୌଣସି ସହଯୋଗୀ ଦଳ, ଦଳିତ ଓ ସଂଖ୍ୟାଲଘୁ ସମୁଦାୟକୁ ସ୍ଥାନ ନ ମିଳିବା ସମସ୍ତଙ୍କୁ ବିସ୍ମିତ କରିଛି।
ପୂର୍ବରୁ ସିସିଇଏରେ ୧୧ ସଦସ୍ୟ ଥିବାବେଳେ ନୂଆ ପ୍ୟାନେଲରେ ୮ ଜଣଙ୍କୁ ରଖାଯାଇଛି। ସେମାନେ ହେଲେ ରାଜନାଥ ସିଂ (ପ୍ରତିରକ୍ଷା), ଅମିତ୍‌ ଶାହା (ସ୍ବରାଷ୍ଟ୍ର), ନୀତିନ ଗଡ଼କରୀ(ସଡ଼କ ପରିବହନ ଓ ରାଜପଥ), ନିର୍ମଳା ସୀତାରାମନ (ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର), ନରେନ୍ଦ୍ର ସିଂ ତୋମାର (କୃଷି ଓ କୃଷକ କଲ୍ୟାଣ), ଏସ୍‌. ଜୟଶଙ୍କର (ବହିର୍ବ୍ୟାପାର), ପୀୟୂଷ ଗୋୟଲ (ବାଣିଜ୍ୟ, ଶିଳ୍ପ ଓ ଉପଭୋକ୍ତା ବ୍ୟାପାର ଏବଂ ଖାଦ୍ୟ ଓ ସାଧାରଣ ବଣ୍ଟନ, ବୟନଶିଳ୍ପ) ଏବଂ ଧର୍ମେନ୍ଦ୍ର ପ୍ରଧାନ (ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକ)। ସିସିପିଏରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ, ଗ୍ରାମାଞ୍ଚଳ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ ରସାୟନ ମନ୍ତ୍ରୀ ମନ୍‌ସୁଖ ମାଣ୍ଡବ୍ୟ ଏବଂ ଆୟୁଷ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ସମେତ ରାଜନାଥ, ଶାହା, ଗଡ଼କରୀ, ସୀତାରାମନ, ତୋମାର, ଗୋୟଲ ଏବଂ ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ରଖାଯାଇଛି। ନିବେଶ, ଅଭିବୃଦ୍ଧି ସମ୍ପର୍କିତ କମିଟିରେ ଅଶ୍ୱିନୀ ବୈଷ୍ଣବଙ୍କୁ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri