ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…

ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପାଇପାରିବେ। ଏନେଇ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛି। ତେବେ ଏହା ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୮ ଯାଏ ଚାଲିବ। ଏହି ଯୋଜନରେ ସରକାର ୧୭ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।

ଖାଦ୍ୟ ଆଇନ ତଥା ଅନ୍ୟାନ୍ୟ କଲ୍ୟାଣକାରୀ ଯୋଜନା ଅନୁଯାୟୀ ୧୭,୦୮୨ କୋଟି ଟଙ୍କା ବଜେଟ ସହିତ ୨୦୨୮ ପର୍ଯ୍ୟନ୍ତ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ପୁଷ୍ଟିକର ଉପାଦାନରେ ଭରପୂର ଚାଉଳ, ରକ୍ତହୀନତାର ସମାଧାନ ଏବଂ ଲୋକଙ୍କ ମଧ୍ୟରେ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଅଭାବ ଦୂର କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ସରକାର କହିଛନ୍ତି ଯେ ଜୁଲାଇ ୨୦୨୪ ରୁ ଡିସେମ୍ବର ୨୦୨୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ଯୋଜନା ଅଧୀନରେ ପୁଷ୍ଟିକର ଚାଉଳର ମାଗଣା ଯୋଗାଣ ଜାରି ରଖିବାକୁ କ୍ୟାବିନେଟ ଅନୁମୋଦନ କରିଛି। କ୍ୟାବିନେଟରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ମାଗଣା ପୁଷ୍ଟିକର ଚାଉଳ ଯୋଗାଣ ପାଇଁ ମୋଟ ୧୭,୦୮୨ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଖର୍ଚ୍ଚ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri