୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଖୋର୍ଦ୍ଧାର କାଲିବେଟି ଶିଳ୍ପାଞ୍ଚଳରେ ମହିଳା ଶ୍ରମିକ ହଷ୍ଟେଲ ନିର୍ମାଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହାର ଟେଣ୍ଡର ପ୍ରକ୍ରିୟାକୁ ଅନୁମୋଦନ କରାଯାଇଛି। ଏହା ୨୧୦ କୋଟି ବ୍ୟୟରେ ନିର୍ମାଣ ହେବ। ୪ ହଜାର ମହିଳା କର୍ମଚାରୀଙ୍କୁ ଏହା ସେବା ଯୋଗାଇବ। ୨ ବର୍ଷରେ ଏହାକୁ କାର୍ଯ୍ୟକ୍ଷମ କରାଯିବ।

ସେହିପରି ୫୦୦ କୋଟି ବ୍ୟୟରେ ଜଳତଟ ବିକାଶ ଯୋଜନାକୁ ଅନୁମୋଦନ ମିଳିଛି। ସହରରେ ନଦୀତଟ ଓ ଜଳଭଣ୍ଡାରକୁ ପୁନର୍ଜୀବିତ କରିବା ଲକ୍ଷ୍ୟ ରଖାଯାଇଛି। PMAYରେ EWS ହିତାଧିକାରୀଙ୍କୁ ଷ୍ଟାମ୍ପ ଓ ରେଜିଷ୍ଟ୍ରେସନ ଶୁଳ୍କ ଛାଡ଼ କରାଯାଇଛି। ଦୟା-ଗଙ୍ଗୁଆର ସଙ୍ଗମ ସ୍ଥାନରେ ବର୍ଜ୍ୟ ଜଳ ବିଶୋଧନ କେନ୍ଦ୍ର ନିର୍ମାଣ ହେବ। ୫ ବର୍ଷ ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ଟେଣ୍ଡର ପ୍ରକ୍ରିୟାକୁ ଅନୁମୋଦନ ଦିଆଯାଇଛି। ସେହିପରି ଦୟା ନଦୀ ଓ ଗଙ୍ଗୁଆ ନାଳର ପାଣିର ଗୁଣବତ୍ତାକୁ ପୁନରୁଦ୍ଧାର କରିବା ଲକ୍ଷ୍ୟ ରଖାଯାଇଛି।
ଏହାସହ ଐତିହାସିକ ଯୋଜନା ‘ଆତିଥ୍ୟ ଭିତ୍ତିଭୂମି ପାଇଁ ଭୂମି ବ୍ୟାଙ୍କ’କୁ ମଞ୍ଜୁରୀ ମିଳିଛି। ୫୫୦୦ ଏକର ଜମି ଚିହ୍ନଟ ହୋଇ ପର୍ଯ୍ୟଟନ ଭୂମି ବ୍ୟାଙ୍କରେ ସାମିଲ କରାଯିବ। ଏହି ଯୋଜନାରେ ୫ ବର୍ଷରେ ୧୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

ସମ୍ବଲପୁରର ଅଯୋଧ୍ୟା ସାଗର ୱେୟାର ମରାମତି ଓ ପୁନରୁଦ୍ଧାର ହେବ। ଏଥିପାଇଁ ୪୪୦ କୋଟି ଟଙ୍କା ଖର୍ଚ୍ଚ ହେବ। ୩୦ ମାସରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୃତ୍ତଙ୍ଗ ପ୍ରକଳ୍ପରେ ନୟାଗଡ଼ ମଞ୍ଜରୀ ଗାଁ ନିକଟରେ ମାଟିବନ୍ଧ ନିର୍ମାଣ ହେବ। ଏଥିପାଇଁ ୧୯୪ କୋଟି ବ୍ୟୟବରାଦ କରାଯାଇଛି। ଏଥିରେ ମୋଟ ୩୦୯ ଗାଁକୁ ଜଳସେଚନ ସୁବିଧା ମିଳିବ ।ଶିଳ୍ପ ନୀତି-୨୦୨୨ର ସଂଶୋଧନକୁ କ୍ୟାବିନେଟ ଅନୁମୋଦନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?