ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ନୂଆ ମନ୍ତ୍ରୀମାନେ ନେବେ ଶପଥ

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ରାଜନୈତିକ ମହଲରେ ବେଶ୍‌ କିଛିଦିନ ଧରି ଆଲୋଚନା ହୋଇଆସୁଥିଲା। ତେବେ ଆସନ୍ତା ସୋମବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି ଜାଣିବାକୁ ମିଳିଛି। ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ଲୋକସେବା ଭବନରେ ଶପଥ ନେବେ। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ। ତେବେ ନବୀନଙ୍କ ନୂଆ ଟିମ୍‌ରେ କିଏ ସ୍ଥାନ ପାଇବେ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ସୂଚନାଯୋଗ୍ୟ, ରାଜ୍ୟରେ ୩ଟି ମନ୍ତ୍ରୀପଦ ଖାଲିପଡ଼ିଛି। ନବଦାସଙ୍କ ଦେହାନ୍ତ ପରେ ସ୍ବାସ୍ଥ୍ୟମନ୍ତ୍ରୀ ପଦ ଖାଲି ପଡ଼ିଥିବା ବେଳେ କିଛିଦିନ ତଳେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ଥିବା ସମୀର ରଞ୍ଜନ ଦାଶ ଏବଂ ଶ୍ରମମନ୍ତ୍ରୀ ଥିବା ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଥିଲେ। ବର୍ତ୍ତମାନ ପ୍ରମିଳା ମଲ୍ଲିକ ଏହି ଦୁଇ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ସେହିପରି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri