Posted inଜାତୀୟ

ୟୁସିସି ଡ୍ରାଫ୍ଟକୁ କ୍ୟାବିନେଟରେ ସବୁଜ ସଙ୍କେତ, ଫେବୃଆରୀ ୬ରେ ବିଲ ଆସେମ୍ଲିରେ ହୋଇପାରେ ଉପସ୍ଥାପନ

ଡେରାଡୁନ,୪।୨: ୟୁନିଫର୍ମ ସିଭିଲ କୋଡ (ୟୁସିସି) ର ଡ୍ରାଫ୍ଟକୁ ଉତ୍ତରାଖଣ୍ଡ କ୍ୟାବିନେଟ ସବୁଜ ସଙ୍କେତ ଦେଇଛି। ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏକ ଡ୍ରାଫ୍ଟ ବିଲ ପ୍ରସ୍ତୁତ କରାଯାଇ ବିଧାନସଭାରେ ଟେବୁଲରେ ଉପସ୍ଥାପନ କରିବାକୁ ଅନୁମୋଦନ କରାଯାଇଥିଲା। ବର୍ତ୍ତମାନ ଫେବୃଆରୀ ୬ ରେ ହେବାକୁ ଥିବା ବିଧାନସଭା ଅଧିବେଶନରେ ୟୁସିସି ବିଲ ଆଗତ ହେବ।

ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଉତ୍ତରାଖଣ୍ଡ କ୍ୟାବିନେଟ ୟୁସିସି ରିପୋର୍ଟକୁ ଅନୁମୋଦନ କରିଛି। ଫେବୃଆରୀ ୬ରେ ବିଧାନସଭାରେ ୟୁସିସି ବିଲ ଆଗତ ହେବାର ସମ୍ଭାବନା ରହିଛି। ସୋମବାର ଉତ୍ତରାଖଣ୍ଡରେ ଆରମ୍ଭ ହେବାକୁ ଥିବା ବିଧାନସଭା ଅଧିବେଶନ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଏଥର ବଜେଟ ସହିତ ୟୁନିଫର୍ମ ସିଭିଲ କୋଡ୍ର ଡ୍ରାଫ୍ଟ ମଧ୍ୟ ଗୃହର ଟେବୁଲରେ ରଖାଯିବ। ୟୁନିଫର୍ମ ସିଭିଲ କୋଡ ଉପରେ ସରକାରଙ୍କ ଉଦ୍ଦେଶ୍ୟକୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସ୍ପଷ୍ଟ କରିସାରିଛନ୍ତି। ରାଜ୍ୟ ସରକାରଙ୍କ ଏକ ପାଞ୍ଚ ଜଣିଆ ପ୍ୟାନେଲ ଏହି ବିଲ ର ୟୁସିସି ଡ୍ରାଫ୍ଟ ଶୁକ୍ରବାର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ନିକଟରେ ଦାଖଲ କରିଛି, ଏହା ପରେ ସରକାରଙ୍କ ଲିଗାଲ ଟିମ ପ୍ୟାନେଲର ସୁପାରିଶଗୁଡିକ ଅଧ୍ୟୟନ କରୁଛନ୍ତି।
ସୂଚନାଯୋଗ୍ୟ ଯେ ଏହାପୂର୍ବରୁ ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନରେ ଅବସ୍ଥିତ ସଚିବାଳୟରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ଅଧ୍ୟକ୍ଷତାରେ ଶନିବାର ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସମୁଦାୟ ୧୨ଟି ପ୍ରସ୍ତାବ ଅନୁମୋଦନ କରାଯାଇଥିଲା। କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଧାମି ୟୁସିସି ଉପରେ କହିଛନ୍ତି ଯେ ରାଜ୍ୟ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ହେବ। ୟୁନିଫର୍ମ ସିଭିଲ କୋଡ (ୟୁସିସି) ସମ୍ବନ୍ଧରେ ଏକ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଡ୍ରାଫ୍ଟ ବର୍ତ୍ତମାନ ପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?