ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ: ସୁଭଦ୍ରା ଯୋଜନା, ଶୀତଳଭଣ୍ଡାର, ଆୟୁଷ୍ମାନ ଭାରତ ଆଦି ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଏପରି ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀ ମାନଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଥିଲେ। ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଜନାଭିମୁଖୀ କାଯ୍ୟକ୍ରମଗୁଡି଼କୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ବଜେଟ ୨୦୨୪-୨୫ ମୁତାବକ ଅଦ୍ୟାବଧି ହୋଇଥିବା ଖର୍ଚ୍ଚ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ଯେଉଁ ସବୁ ବିଭାଗରେ ଅଦ୍ୟାବଧି ଖର୍ଚ୍ଚ କମ ହୋଇଛି, ସେହିସବୁ ବିଭାଗକୁ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ସମସ୍ତ ବିଭାଗ ମାନଙ୍କୁ ମଧ୍ୟ ଅନୁରୂପ ଭାବେ ଆଗାମୀ ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା।

ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ତରଫରୁ ରାସ୍ତା ଓ ସେତୁ ନିର୍ମାଣର ଅଗ୍ରଗତି ସହ ଓଡ଼ିଶାରେ ଜାତୀୟ ରାଜପଥର ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। କୃଷି ବିଭାଗ ତରଫରୁ ଶୀତଳ ଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରା ଯାଇଥିଲା।

ବିଦ୍ୟାଳୟ ଉନ୍ନତିକରଣ, ଜଳସମ୍ପଦ ବିଭାଗ ପ୍ରକଳ୍ପଗୁଡିକର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା।ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ୪ ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ସହିତ ଆଗାମୀ ୨ ୟ କିସ୍ତି ପ୍ରଦାନ ସମ୍ପର୍କିତ ଆଲୋଚନା କରାଯାଇଥିଲା। ଆହୁରି ମଧ୍ୟ ପୋଲିସ ସେବା ସୁଦୃଢ଼ୀକରଣକୁ ଗୁରୁତ୍ୱ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ସଚିବ ମାନଙ୍କୁ ନୂଆ ନୂଆ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଥିଲେ ଯେ, ଅନେକ ବିଭାଗ ଭଲ କାମ କରିଛନ୍ତି। ମୋଟାମୋଟି ଭାବେ କାର୍ଯ୍ୟ ଓ ଖର୍ଚ୍ଚ ଠିକ ଚାଲିଛି। ସମସ୍ତଙ୍କୁ ବିଭାଗ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଆଗାମୀ ୨ ମାସ ମଧ୍ୟରେ ବଜେଟ ପୂର୍ବରୁ ବିଭାଗ ମାନେ ଶତ ପ୍ରତିଶତ ଖର୍ଚ୍ଚ ଲକ୍ଷ୍ୟ ହାସଲ ପ୍ରୟାସ କରିବାକୁ କହିଥିଲେ। ଚିରା ଚରିତ ଢାଞ୍ଚାରୁ ବାହାରି ନିଜ ନିଜ ବିଭାଗ ରେ ଦୀର୍ଘ ସୂତ୍ରୀ ଏବଂ ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବିକଶିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ପାଇଁ ୩ ଲକ୍ଷ ୨୦, ହଜାର ପ୍ରସ୍ତାବ ଆସିଛି। ଆମେ ସେଥିରୁ ଭଲ ଭଲ ପ୍ରସ୍ତାବ ଗୁଡି଼କୁ ଗ୍ରହଣ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍କର୍ଷ ଓଡ଼ିଶା ଆୟୋଜନ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତିଶ୍ରୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ନିଜ ନିଜ ବିଭାଗକୁ ଶକ୍ତି ଶାଳୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ସମସ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri