ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ: ସୁଭଦ୍ରା ଯୋଜନା, ଶୀତଳଭଣ୍ଡାର, ଆୟୁଷ୍ମାନ ଭାରତ ଆଦି ଯୋଜନା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ଏପରି ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଖାରବେଳ ଭବନ ଠାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ସମସ୍ତ ବିଭାଗର ମନ୍ତ୍ରୀ ମାନଙ୍କ ଉପସ୍ଥିତିରେ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଥିଲେ। ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଜନାଭିମୁଖୀ କାଯ୍ୟକ୍ରମଗୁଡି଼କୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ବଜେଟ ୨୦୨୪-୨୫ ମୁତାବକ ଅଦ୍ୟାବଧି ହୋଇଥିବା ଖର୍ଚ୍ଚ ଉପରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ। ଯେଉଁ ସବୁ ବିଭାଗରେ ଅଦ୍ୟାବଧି ଖର୍ଚ୍ଚ କମ ହୋଇଛି, ସେହିସବୁ ବିଭାଗକୁ ଖର୍ଚ୍ଚ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ସମସ୍ତ ବିଭାଗ ମାନଙ୍କୁ ମଧ୍ୟ ଅନୁରୂପ ଭାବେ ଆଗାମୀ ବଜେଟ ପୂର୍ବରୁ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟ କରି ଖର୍ଚ୍ଚ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା,ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ଯ୍ୟକ୍ରମ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା।

ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ତରଫରୁ ରାସ୍ତା ଓ ସେତୁ ନିର୍ମାଣର ଅଗ୍ରଗତି ସହ ଓଡ଼ିଶାରେ ଜାତୀୟ ରାଜପଥର ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। କୃଷି ବିଭାଗ ତରଫରୁ ଶୀତଳ ଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରା ଯାଇଥିଲା।

ବିଦ୍ୟାଳୟ ଉନ୍ନତିକରଣ, ଜଳସମ୍ପଦ ବିଭାଗ ପ୍ରକଳ୍ପଗୁଡିକର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା।ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ୪ ର୍ଥ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ସହିତ ଆଗାମୀ ୨ ୟ କିସ୍ତି ପ୍ରଦାନ ସମ୍ପର୍କିତ ଆଲୋଚନା କରାଯାଇଥିଲା। ଆହୁରି ମଧ୍ୟ ପୋଲିସ ସେବା ସୁଦୃଢ଼ୀକରଣକୁ ଗୁରୁତ୍ୱ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ସଚିବ ମାନଙ୍କୁ ନୂଆ ନୂଆ କାର୍ଯ୍ୟକ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଥିଲେ ଯେ, ଅନେକ ବିଭାଗ ଭଲ କାମ କରିଛନ୍ତି। ମୋଟାମୋଟି ଭାବେ କାର୍ଯ୍ୟ ଓ ଖର୍ଚ୍ଚ ଠିକ ଚାଲିଛି। ସମସ୍ତଙ୍କୁ ବିଭାଗ ପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ କହିଥିଲେ। ଆଗାମୀ ୨ ମାସ ମଧ୍ୟରେ ବଜେଟ ପୂର୍ବରୁ ବିଭାଗ ମାନେ ଶତ ପ୍ରତିଶତ ଖର୍ଚ୍ଚ ଲକ୍ଷ୍ୟ ହାସଲ ପ୍ରୟାସ କରିବାକୁ କହିଥିଲେ। ଚିରା ଚରିତ ଢାଞ୍ଚାରୁ ବାହାରି ନିଜ ନିଜ ବିଭାଗ ରେ ଦୀର୍ଘ ସୂତ୍ରୀ ଏବଂ ନୂଆ ନୂଆ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବିକଶିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ପାଇଁ ୩ ଲକ୍ଷ ୨୦, ହଜାର ପ୍ରସ୍ତାବ ଆସିଛି। ଆମେ ସେଥିରୁ ଭଲ ଭଲ ପ୍ରସ୍ତାବ ଗୁଡି଼କୁ ଗ୍ରହଣ କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍କର୍ଷ ଓଡ଼ିଶା ଆୟୋଜନ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତିଶ୍ରୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ନିଜ ନିଜ ବିଭାଗକୁ ଶକ୍ତି ଶାଳୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ସମସ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?