ସରିଲା କ୍ୟାବିନେଟ୍‌ ବୈଠକ, ୧୭ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର,୧୯।୭(ବ୍ୟୁରୋ): ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୂଚନା ଦେଇଛନ୍ତି।

ମିଳିଥିବା ତଥ୍ୟ ଅନୁଯାୟୀ,ରାଜ୍ୟ ସରକାରଙ୍କ ଆଇଟି ପଲିସିକୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଛି। ଆଇଟି କ୍ଷେତ୍ରରେ ମଧ୍ୟ ଅଧିକ ନିଯୁକ୍ତି ଓ ପୁଞ୍ଜିନିବେଶର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ଏଥିସହିତ ସ୍ଥାୟୀ ପୁଞ୍ଜିନିବେଶ ପାଇଁ କମ୍ପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ। ସେହିପରି ପାଇକ ବିଦ୍ରୋହ ସ୍ମାରକୀ ପାଇ ରାଜ୍ୟ ସରକାର ୯.୬୮ ଏକର ଜମି ଯୋଗାଇ ଦେବା ସହ । ଖୋର୍ଦ୍ଧା ବରୁଣେଇଠାରେ ଜମି ଯୋଗାଇ ଦିଆଯାଇଛି। ସେହିପରି ୨ଟି ଜିଲାରେ ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ୍‌ର ଅନୁମୋଦନ ମିଳିଛି। ରାୟଗଡ଼ା ଜିଲାର ୧୫ ପଞ୍ଚାୟତ, କୋରାପୁଟ୍‌ର ୩୧ ପଞ୍ଚାୟତ ପାଣି ମିଳିବ। ଏହାବାଦ୍‌ ପର୍ଯ୍ୟଟକଙ୍କ ପାଇଁ ପୁରୀରେ ଧର୍ମଶାଳା ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ ମିଳିଛି। ୧୩୫ କୋଟି ୬୦ଲକ୍ଷ ଟଙ୍କା ବ୍ୟୟରେ ଧର୍ମଶାଳା ନିର୍ମାଣ ହେବ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ପୂର୍ବାହ୍ନ ୧୦ଟାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗ ଦେଇଥିଲେ।