Posted inଜାତୀୟ

ଅଧା ବାଟରେ ଅଟକିଲା ରୋପଓ୍ବେ: ମଝି ଆକାଶରେ ଝୁଲିଲେ ପର୍ଯ୍ୟଟକ

ଶିମଲା,୨୦।୬: ମଝି ଆକାଶରେ ରୋପଓ୍ବେ ବନ୍ଦ ହୋଇଯିବା ଘଟଣା ପୁଣି ସାମ୍ନାକୁ ଆସିଛି। ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ହିମାଚଳ ପ୍ରଦେଶର ପରୱାନୋରେ। ସୋଲାନ ଜିଲାର ଟିମ୍ବର ଟ୍ରେଲ ରୋପଓ୍ବେରେ ସୋମବାର ଅପରାହ୍ନରେ ଏହି ଅଘଟଣ ଘଟିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ମଝି ଆକାଶରେ ୨୫୦ ରୁ ୩୦୦ ଫୁଟ ଉଚ୍ଚରେ ଏକ ରୋପଓ୍ବେ ଅଟକିଯିବାରୁ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ହେବ କେତେକ ପର୍ଯ୍ୟଟକମାନେ ଫଶି ରହିଛନ୍ତି। ଫଳରେ ଫସିରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଆଉ ଏକ କେବୁଲ କାର ଟ୍ରଲି ନିଯୋଜିତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ଅପରେଶନ୍‌ ଜାରି ରହିଛି। ଟିମ୍ବର ଟ୍ରେଲର ଅପରେଟରର ବୈଷୟିକ ଟିମ୍‌ ନିୟୋଜିତ ହୋଇଥିବା ବେଳେ ପରିସ୍ଥିତି ଉପରେ ପୋଲିସ ଟିମ୍‌ ନଜର ରଖିଛି। ସୂଚନା ମୁତାବକ, ଏହି କେବୁଲ କାର୍‌ ଟିମ୍ବର ଟ୍ରେଲ ଘରୋଇ ରିସୋର୍ଟର ବୋଲି ଜଣାପଡ଼ିଛି। ଏହା ହିମାଚଳ ପ୍ରଦେଶର ହରିୟାଣା, ପଞ୍ଜାବ ଏବଂ ଚଣ୍ଡିଗଡ଼ ସହିତ ସମଗ୍ର ଅଞ୍ଚଳରେ ବେଶ୍‌ ଲୋକପ୍ରିୟ।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri