Posted inଜାତୀୟ

ସିଏଜି ରିପୋର୍ଟ: ଆସାମରେ ଏନଆରସି ତଥ୍ୟ ଅଦଳବଦଳ ଅଭିଯୋଗ…

ଗୁଆହାଟୀ,୨୫।୧୨ : ଆସାମରେ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) କୁ ଅପଡେଟ କରିବା ପ୍ରକ୍ରିୟାରେ କମ୍ପ୍ଟ୍ରୋଲର ଏବଂ ଅଡିଟର ଜେନେରାଲ ଅଫ ଇଣ୍ଡିଆ (ସିଏଜି) ବହୁତ ତ୍ରୁଟି ହୋଇଥିବା ଜାଣିବାକୁ ପାଇଛନ୍ତି। ଏନଆରସି ତଥ୍ୟ ଅଦଳବଦଳ ଅଭିଯୋଗ ହୋଇଛି।

ଆସାମ ବିଧାନସଭାର ଶୀତ ଅଧିବେଶନର୨୦୨୦ ବର୍ଷ ପାଇଁ ସିଏଜି ଶନିବାର ଏକ ରିପୋର୍ଟ ଉପସ୍ଥାପନ କରିଛନ୍ତି। ରିପୋର୍ଟରେ ଦର୍ଶାଯାଇଛି ଯେ ୨୧୫ ସଫ୍ଟୱେର୍‌ ୟୁଟିଲିଟିଗୁଡିକ କୋର ସଫ୍ଟୱେର୍‌ ସହିତ ଅନିୟମିତ ଭାବରେ ସଂଯୁକ୍ତ କରାଯାଇଛି।

ଏନଆରସିକୁ ଅପଡେଟ କରିବା ପାଇଁ ଏକ ଅତ୍ୟନ୍ତ ସୁରକ୍ଷିତ ଏବଂ ନିର୍ଭରଯୋଗ୍ୟ ସଫ୍ଟୱେର୍‌ ବିକଶିତ କରିବାର ଆବଶ୍ୟକତା ଥିଲା, କିନ୍ତୁ ଅଡିଟ ସମୟରେ ଏ ଦିଗରେ ସଠିକ ଯୋଜନାର ଅଭାବ ରହିଥିବା ଜଣାପଡ଼ିଛି।

ଅପଡେଟ ହୋଇଥିବା ଏନଆରସି ୩୧ ଅଗଷ୍ଟ ୨୦୧୯ ରେ ପ୍ରକାଶିତ ହୋଇଥିଲା, ଯେଉଁଥିରେ ୩,୩୦,୨୭,୬୬୧ ଆବେଦନକାରୀଙ୍କ ମଧ୍ୟରୁ ମୋଟ ୩,୧୧.୨୧,୦୦୪ ଜଣଙ୍କ ନାମ ଅନ୍ତର୍ଭୁକ୍ତ ହୋଇଥିଲା। ତଥାପି, ଏହାକୁ ଏପର୍ଯ୍ୟନ୍ତ ସୂଚିତ କରାଯାଇ ନାହିଁ।

ସିଏଜି ଏହାର ରିପୋର୍ଟରେ କହିଛି ଯେ ଡାଟା କ୍ୟାପଚର ଏବଂ ସଂଶୋଧନ ପାଇଁ ସଫ୍ଟୱେୟାରର ହାଫାଜାର୍ଡ ବିକାଶ ଏକ ଅଡିଟ ଟ୍ରେଲ ବିନା ଡାଟା ଟ୍ୟାମ୍ପରିଂ ହେବାର ଆଶଙ୍କା ସୃଷ୍ଟି କରିଛି। ଅଡିଟ ଟ୍ରେଲ ଏନଆରସି ତଥ୍ୟର ସତ୍ୟତା ପାଇଁ ଉତ୍ତରଦାୟିତ୍ୱ ନିଶ୍ଚିତ କରିପାରେ। ଏହିପରି ଏକ ବୈଧ ତ୍ରୁଟିମୁକ୍ତ ଏନଆରସି ପ୍ରସ୍ତୁତ କରିବାର ଉଦ୍ଦେଶ୍ୟ ଏପର୍ଯ୍ୟନ୍ତ ହାସଲ ହୋଇପାରି ନାହିଁ ।

ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି, ଏନଆରସି ପାଇଁ ପ୍ରକଳ୍ପ ମୂଲ୍ୟ ୨୮୮.୧୮ କୋଟିରୁ ୧୬୦୨.୬୬ କୋଟି ଟଙ୍କାକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?