ସିଏଜି ରିପୋର୍ଟ ପ୍ରକାଶ: ଅଯୋଗ୍ୟ କାଳିଆ ହିତାଧିକାରୀ ନେଇଗଲେ ୭୮୨ କୋଟି ଟଙ୍କା, ଡାଟାବେସ୍‌ ବିଶ୍ଳେଷଣ ବେଳେ ଆଉ…

ଭୁବନେଶ୍ୱର,୧୧ା୯: କାଳିଆ ଯୋଜନା ନେଇ ସିଏଜି ରିପୋର୍ଟରେ ଆଶ୍ଚର୍ଯ୍ୟ କଲା ଭଳି ତଥ୍ୟ ପ୍ରକାଶ ପାଇଛି। ୨୦୧୯ରୁ ୨୧ ମଧ୍ୟରେ ୬୫.୬୪ ଲକ୍ଷ ହିତାଧିକାରୀଙ୍କୁ କାଳିଆ ଟଙ୍କା ଦିଆଯାଇଥିଲା। ୪୧.୬୪ ଲକ୍ଷ ହିତାଧିକାରୀଙ୍କୁ ୩ ଥର, ୮.୦୯ ଲକ୍ଷଙ୍କୁ ୨ ଥର ଟଙ୍କା ମିଳିଥିବା ବେଳେ ୧୫ ଲକ୍ଷ ୯୧ ହଜାର ହିତାଧିକାରୀଙ୍କୁ କେବଳ ଥରଟିଏ କିସ୍ତି ଟଙ୍କା ମିଳିଛି। ଯୋଜନା କାର୍ଯ୍ୟକାରୀ ବେଳେ ୯.୭୬ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଧରାପଡ଼ିଥିଲେ। ପରେ ଡାଟାବେସ୍‌ ବିଶ୍ଳେଷଣ ବେଳେ ଆଉ ୨.୯୬ ଲକ୍ଷ ଅଯୋଗ୍ୟ ମିଳିଥିଲେ। ଏହିପରି ମୋଟ୍‌ ୧୨.୭୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ କାଳିଆର ଯୋଜନାର କିସ୍ତି ଟଙ୍କା ପାଇଥିଲେ। ଏହି ୧୨ ଲକ୍ଷ ଅଯୋଗ୍ୟ ହିତାଧିକାରୀ ୭୮୨ କୋଟି ନେଇଯାଇଥିବା ବେଳେ ତାଲିମ ନ ଦେଇ ୧୪.୦୪ ଭୂମିହୀନ କୃଷି ଶ୍ରମିକଙ୍କୁ ଟଙ୍କା ଦିଆଯାଇଥିଲା। ଏହି ଭୂମିହୀନ କୃଷି ଶ୍ରମିକ ୩ଟି କିସ୍ତିରେ ଟଙ୍କା ପାଇଥିଲେ।

ସୂଚନାଯୋଗ୍ୟ, ବିଜେଡି ସରକାରରେ ଥିବା କାଳିଆ ଯୋଜନା ବର୍ତ୍ତମାନ ସରକାରରେ ସିଏମ୍‌ କିଷାନ ଯୋଜନା ହୋଇଛି। ନୂଆଖାଇ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ହିତାଧିକାରୀମାନଙ୍କୁ ସିଏମ୍‌ କିଷାନ ଯୋଜନାର ଟଙ୍କା ଦେଇଛନ୍ତି। ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ସି.ଏମ୍‌. କିଷାନ ପୋର୍ଟାଲ୍‌ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍‌ର ମଧ୍ୟ ଉନ୍ମୋଚନ କରିଛନ୍ତି। ଏହି ପୋର୍ଟାଲ ଅଧୀନରେ ସି.ଏମ୍‌. କିଷାନ୍‌ ସି.ଏମ୍‌. କିଷାନ୍‌ ଓ ପି.ଏମ୍‌. କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହାଛଡ଼ା ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ୍‌ କରିବା ପାଇଁ ପି.ଏମ୍‌. କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ନୂଆଖାଇଠାରୁ ଆରମ୍ଭ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟର ସମସ୍ତ ଚାଷୀ ଭଉଣୀଭାଇମାନଙ୍କୁ କୃଷିକ୍ଷେତ୍ରରେ ସଶକ୍ତ କରିବାର ମୂଳ ଲକ୍ଷ୍ୟ ରଖି ରାଜ୍ୟ ସରକାର ସର୍ବଦା କାର୍ଯ୍ୟ କରୁଛନ୍ତି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା – ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ରବି ଋତୁରେ ୯୨୫ କୋଟିରୁ ଅଧିକ ଟଙ୍କା ବିନିଯୋଗ ମାଧ୍ୟମରେ ରାଜ୍ୟର ୪୫,୫୭,୭୩୩ ଜଣ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଏବଂ ୩୯,୩୦୩ ଭୂମିହୀନ କୃଷି ପରିବାର ଏହା ମାଧ୍ୟମରେ ଉପକୃତ ହେବେ। ସିଏମ କିଷାନର ଏହି ସହାୟତା ରାଶି ଉଭୟ ଖରିଫ ଓ ରବି ଋତୁ ପାଇଁ ଦୁଇଟି କିସ୍ତିରେ ସମୁଦାୟ ଚାରି ହଜାର ଟଙ୍କା ପ୍ରଦାନ କରାଯିବ। ସିଏମ କିଷାନ ଯୋଜନାର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପିଲାମାନଙ୍କ ବୈଷୟିକ ଉଚ୍ଚ ଶିକ୍ଷା ନିମନ୍ତେ କୃଷି ବିଦ୍ୟା ନିଧି ଯୋଜନାରେ ଦୁଇ ଲକ୍ଷ ଟଙ୍କା ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଛି ବୋଲି ସେ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ, କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ କୃଷକ କଲ୍ୟାଣକାରୀ ଯୋଜନା ପିଏମ କିଷାନ ଯୋଜନାରେ ଭୂମିଧାରି ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏଥିରେ ସିଏମ କିଷାନ ଯୋଡି ହୋଇଗଲେ ଚାଷୀ ବର୍ଷକୁ ୧୦ ହଜାର ଟଙ୍କା ପାଇବେ। ଏହି ଯୋଜନାର ହିତାଧିକାରୀ ଚୟନ ପ୍ରକ୍ରିୟା କାର୍ଯ୍ୟକୁ ଦୁଇ ମାସ ବୃଦ୍ଧି କରି ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ନାମ ପଞ୍ଜିକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ କୃଷକ ମାନେ ଜନ ସେବା କେନ୍ଦ୍ର ମାଧ୍ୟମରେ ନିଶୁଳ୍କ ଭାବେ ସମ୍ପାଦନ କରି ପାରିବେ। ଲୋକାର୍ପିତ ହୋଇଥିବା ସିଏମ କିଷାନ ପୋର୍ଟାଲ ମାଧ୍ୟମରେ ଉଭୟ ସିଏମ କିଷାନ ଓ ପିଏମ କିଷାନ ଅନଲାଇନ କାର୍ଯ୍ୟ ସମ୍ପାଦିତ ହେବ ବୋଲି ସେ କହିଥିଲେ। ଏଥି ସହିତ ରାଜ୍ୟର ସମସ୍ତ ଚାଷୀମାନଙ୍କ ସୁବିଧା ପାଇଁ  କୃଷକ ଓଡିଶା ୟୁନିଫାଏଡ ପୋର୍ଟାଲର ବ୍ୟବସ୍ଥା କରାଯାଇଛି । ଏହା ମାଧ୍ୟମରେ ଚାଷୀମାନେ ବିଭିନ୍ନ କୃଷି ଓ ଆନୁସଙ୍ଗିକ କାର୍ଯ୍ୟ ସମ୍ପନ୍ଧୀୟ ପ୍ରଚଳିତ ସରକାରୀ ଯୋଜନା ବିଷୟରେ ତଥ୍ୟ ଜାଣିପାରିବା ସହିତ ଏଥିରୁ ମିଳୁଥିବା ସୁବିଧା ପାଇଁ ମଧ୍ୟ ଆବେଦନ କରି ପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri