Posted inଖେଳ

ଜୋରିମନା ଦେବେ ସୌରଭ ଗାଙ୍ଗୁଲି

କୋଲକତା,୨୮।୯: ବିସିସିଆଇ ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକସୌରଭ ଗାଙ୍ଗୁଲିଙ୍କୁ କଲିକତା ହାଇକୋର୍ଟ ଜୋରିମନା କରିଛନ୍ତି। ଗାଙ୍ଗୁଲିଙ୍କ ସହ ବଙ୍ଗଳା ସରକାର ଏବଂ ଏହାର ଗୃହ ନିଗମକୁ ମଧ୍ୟ ଜୋରିମନା କରାଯାଇଛି। ଭୁଲ ଜମି ବଣ୍ଟନ କାରଣରୁ ହାଇକୋର୍ଟ ଗାଙ୍ଗୁଲିଙ୍କ ଉପରେ ୧୦ ହଜାର ଟଙ୍କା ଜୋରିମନା ଲଗାଇଥିବାବେଳେ ବେଙ୍ଗଲ ସରକାର ଏବଂ ଗୃହ ନିଗମକୁ ୫୦-୫୦ ହଜାର ଟଙ୍କା ଜୋରିମନା କରାଯାଇଛି। ହାଇକୋର୍ଟର ଜଷ୍ଟିସ ରାଜେଶ ବିନ୍ଦଲ ଏବଂ ଜଷ୍ଟିସ ଅରିଜିତ ବାନାର୍ଜୀଙ୍କ ଏକ ବେଞ୍ଚ ଜନହିତ ଯାଚିକା ଉପରେ ଶୁଣାଣି କରି କହିଛନ୍ତି ଯେ, ଜମି ଆବଣ୍ଟନ ମାମଲାରେ ଏକ ନିର୍ଦ୍ଦିିଷ୍ଟ ନୀତି ରହିବା ଉଚିତ। ଯାହାଫଳରେ ସରକାର ଏଭଳି କାର୍ଯ୍ୟରେ ହସ୍ତକ୍ଷେପ କରିପାରିବେ ନାହିଁ। ଗାଙ୍ଗୁଲିଙ୍କ ଶିକ୍ଷାନୁଷ୍ଠାନକୁ ନିୟମ ବିରୁଦ୍ଧରେ କୋଲକାତାର ନ୍ୟୁ ଟାଉନ ଅଞ୍ଚଳରେ ବଙ୍ଗଳା ସରକାର ଜମି ପ୍ରଦାନ କରିଥିଲେ। ଜନହିତ ଯାଚିକାରେ ଗାଙ୍ଗୁଲିଙ୍କ ଶିକ୍ଷା ଏବଂ କଲ୍ୟାଣ ସମିତିକୁ ବିଦ୍ୟାଳୟ ପାଇଁ ଦିଆଯାଇଥିବା ୨ ଏକର ଜମି ଉପରେ ପ୍ରଶ୍ନ ଉଠିଥିଲା।
ବେଞ୍ଚ କହିଛି ଯେ, ଦେଶ ସବୁବେଳେ ଖେଳାଳିଙ୍କ ପାଇଁ ଛିଡା ହୋଇଛି। ବିଶେଷକରି ଯେଉଁମାନେ ଆନ୍ତର୍ଜାତୀୟ ସ୍ତରରେ ଦେଶକୁ ପ୍ରତିନିଧିତ୍ୱ କରନ୍ତି। ଏହା ସତ୍ୟ ଯେ ଗାଙ୍ଗୁଲି କ୍ରିକେଟରେ ଦେଶକୁ ପୁରସ୍କାର ଆଣିଛନ୍ତି, କିନ୍ତୁ ଯେତେବେଳେ ଆଇନ ଏବଂ ନିୟମ କଥା ଆସେ, ସମ୍ବିଧାନରେ ସବୁକିଛି ସମାନ। ୨୦୧୬, ଏହି ଜମି ବଣ୍ଟନକୁ ଚ୍ୟାଲେଞ୍ଜ କରି ଏକ ଜନହିତ ଯାଚିକା ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri