Posted inଜାତୀୟ

ବୀରଭୂମ ହିଂସା ଘଟଣା: ମମତା ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋଲକାତା,୨୩।୨: ପଶ୍ଚିମବଙ୍ଗର ବୀରଭୂମରେ ୮ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ ଏଭଳି କାଣ୍ଡ ଘଟାଯାଇଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗର ନିଆଁ ଲଗାଇବା ଘଟଣାକୁ କଲିକତା ହାଇକୋର୍ଟ ମାମଲାକୁ ଗୁରୁତର ସହ ଗ୍ରହଣ କରିଛନ୍ତି। ନିଆଁ ଲଗାଇ ହିଂସା ସୃଷ୍ଟି କରିବା ଘଟଣାକୁ ଗୁରୁତର ଅପରାଧ ଭାବେ ବିବେଚନା କରି ମମତା ବାନାର୍ଜୀ ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ଏହି ହିଂସା ମାମଲାର ଶୁଣାଣି ବେଳେ ହାଇକୋର୍ଟ ପଶ୍ଚିମବଙ୍ଗ ପୋଲିସକୁ ମାର୍ଚ୍ଚ ୨୪ରେ କେସ୍‌ ଡାଏରୀ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସାକ୍ଷୀମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଏହା ବ୍ୟତୀତ, ଯେଉଁଠାରେ ଏହି ହିଂସା ଚାଲିଥିଲା, ସେଠାରେ କୌଣସି ଜିନିଷରେ ଟାମ୍ପରିଂ ନ କରିବାକୁ ସହି ସ୍ଥାନରେ କ୍ୟାମେରା ଲଗାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ନିକଟରେ ଟିଏମ୍‌ସି ନେତା ଭାଦୁ ଶେଖଙ୍କୁ ହତ୍ୟା କରାଯାଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଡଜନେରୁ ଅଧିକ ଘର ଜାଳି ଦିଆଯାଇଛି। ଏଥିରେ ୨ ଜଣ ଶିଶୁଙ୍କ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri