କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି ଅନ୍ତର୍ଯ୍ୟାମୀ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିଶୁ ସାହିତି୍ୟକ ରତ୍ନାକର ଦାସ, ଶ୍ରୀକାନ୍ତ ପଟ୍ଟନାୟକ, ନାରାୟଣ ସାହୁ, ହରିହର ପାଣିଗ୍ରାହୀ, ଜଗନ୍ନାଥ ପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ସାହିତ୍ୟ, ସଂସ୍କୃତି ଓ ମାତୃଭାଷାର ବିକାଶ ଉପରେ ଆଲୋଚନା କରିଥିଲେ। ଏପରିକି ଯୁବପିଢ଼ିଙ୍କ ମଧ୍ୟରେ ସାହିତ୍ୟ ଓ କବିତା ପ୍ରତି ଆଗ୍ରହ ସୃଷ୍ଟି କରିବାକୁ ଆହ୍ବାନ ଦେଇଥିଲେ। ସାହିତ୍ୟ ଘର ପକ୍ଷରୁ ଏପରି ଏକ ବର୍ଷା କାଳୀନ କବିତା ଆସର ଆୟୋଜନକୁ ନେଇ ପ୍ରଶଂସା କରିଥିଲେ।

କାଞ୍ଚନଲତା ଜେନାଙ୍କ ସଂଯୋଜନାରେ ଚତୁର୍ଭୂଜ ପହି, ଆନନ୍ଦ ଚନ୍ଦ୍ର ଓଝା, ନିତ୍ୟାନନ୍ଦ ବେହେରା, ଅମୁଲ୍ୟ କୁମାର ମିଶ୍ର, ମୁରଲୀଧର ବେହେରା, କୈଳାଶ ଚଦ୍ର ବେହେରା, ସୁରେନ୍ଦ୍ର କୁମାର ପରିଡା, ହରିହର ସାମଲ, ବିଦ୍ୟୁତ ପ୍ରଭା ଦେଓ, ରବୀନ୍ଦ୍ର କୁମାର ବିଶ୍ୱାଳ, ନୃସିଂହ ଚରଣ ସାମଲ, କୃପାସିନ୍ଧୁ ପଣ୍ଡିତ, ଅନନ୍ତ ଚରଣ ମୁଦୁଲି, କାଞ୍ଚନ ଲତା ଜେନା, ସୁକାନ୍ତ କୁମାର ବେହେରା, ଯୁବରାଜ ବିଶ୍ୱାଳ, ସୁବାସ ପାତ୍ର, ସୁବୋଧ କୁମାର ସାହୁ, ନାରାୟଣ ଚନ୍ଦ୍ର ଲେଙ୍କା, ଜ୍ୟୋସ୍ନା ରାଣୀ ଦାସ, ଉମା ମଣି ପାଢ଼ୀ, ପ୍ରଜ୍ଞା ପରମିତା ସାମଲ, ହେମନ୍ତ କୁମାର ନାୟକଙ୍କ ସମେତ ଅନେକ ପ୍ରତିଭାବାନ କବୟିତ୍ରୀ, କବି ଯୋଗଦେଇ ବର୍ଷାଋତୁକୁ ଆଧାର କରି ନିଜସ୍ବ ସ୍ବରଚିତ କବିତା ଆବୃତ୍ତି କରିଥିଲେ। ଆବାହକ କିଶୋର ଆଚାର୍ଯ୍ୟ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?