Posted inରାଜ୍ୟ

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆହ୍ବାନ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ): ରାଜ୍ୟ ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ମିଳିତ ସହଯୋଗରେ ମୁମ୍ବାଇରେ ବୁଧବାର ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ହେଉଛି ଦେଶର ଦ୍ରୁତ ଆର୍ଥିକ ଅଭିବୃଦ୍ଧି ରାଜ୍ୟ। ଗତ ଦେଢ଼ ଦଶନ୍ଧି ଧରି ଓଡ଼ିଶା ଜାତୀୟ ହାରଠାରୁ ନିରନ୍ତର ଅଭିବୃଦ୍ଧି କରି ଚାଲିଛି। ପ୍ରାକୃତିକ ସମ୍ବଳ ଏବଂ ଶିଳ୍ପ ଅନୁକୂଳ ସ୍ଥାନ ଯୋଗୁ ଓଡ଼ିଶା ପୂର୍ବ ଭାରତର ଏକ ବୃହତ୍‌ ଶିଳ୍ପ ସ୍ଥଳରେ ପରିଣତ ହୋଇଛି। ଗତ ୨୦ ବର୍ଷ ଧରି ରାଜ୍ୟ ସରକାର ପ୍ରଗତିଶୀଳ ନୀତି, ଦୃଢ଼ ପ୍ରଶାସନ ଏବଂ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ଏହାର ସୁଯୋଗ ନେବା ପାଇଁ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଉପସ୍ଥିତ ସମସ୍ତ ପୁଞ୍ଜିନିବେଶକାରୀଙ୍କୁ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ଯାଏ ଭୁବନେଶ୍ୱରରେ ହେବାକୁ ଥିବା ମେକ୍‌ ଇନ୍‌  ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗଦେବାକୁ ସେ ଆମନ୍ତ୍ରଣ କରିଛନ୍ତି। ଏଥିରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଛନ୍ତି, ରାଜ୍ୟରେ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାର ଅତି କୁଶଳୀ ଶ୍ରମିକ ସୃଷ୍ଟି ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟରେ ୨୦୦ ଇଞ୍ଜିନିୟରିଂ କଲେଜ ଏବଂ ୧୦୦୦ ଆଇଟିଆଇ କଲେଜ ଜରିଆରେ ଦେଶର ସବୁଠାରୁ କୁଶଳୀ ମାନବ ସମ୍ବଳ ସୃଷ୍ଟି କରାଯାଇଛି। ଉନ୍ନତ ଦକ୍ଷତା ପ୍ରଶିକ୍ଷଣ ପାଇଁ ରାଜ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ରାଜ୍ୟର ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ସକାଶେ ଷ୍ଟାର୍ଟଅପ୍‌ ଓଡ଼ିଶା ଆରମ୍ଭ କରାଯାଇଛି।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେଇଥିବା ଅତିଥିମାନଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ ଓଡ଼ିଶା ଦେଶର ସର୍ବ ବୃହତ ଷ୍ଟିଲ୍‌ ଓ ଆଲୁମିନିୟମ ଉତ୍ପାଦନକାରୀ ରାଜ୍ୟରେ ପରିଣତ ହୋଇପାରିଛି। ଏହା ପୂର୍ବରୁ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୱାନ୍‌ ଟୁ ୱାନ୍‌ ଆଲୋଚନା ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଶିଳ୍ପପତି ତଥା ମହିନ୍ଦ୍ରା ଗ୍ରୁପ୍‌ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ଓ ‘ୱାରେ ଇଞ୍ଜିନିୟର୍ସ ଲିଃ.’ର ଅଧ୍ୟକ୍ଷ ହିତେଶ ଚିମନଲାଲ ଦୋଶୀଙ୍କୁ ଭେଟିଛନ୍ତି। ଓଡ଼ିଶାରେ ପୁଞ୍ଜିନିବେଶର ସୁଯୋଗ ନେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଦିନେଶ କୁମାର ଖାନ୍ନା, ଅପାର ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ଅଧ୍ୟକ୍ଷ ଚୈତନ୍ୟ ଦେଶାଇ, ଜେଏମ୍‌ ବକ୍ସି ପ୍ରାଇଭେଟ ଲିମିଟେଡ୍‌ ଅଧ୍ୟକ୍ଷ ଧ୍ରୁଭ କୋଟାକ, ଆଇସିଆଇସିଆଇ ବ୍ୟାଙ୍କ ଏକଜିକ୍ୟୁଟିଭ ଡାଇରେକ୍ଟର ରାକେଶ ଝା, ଏଚ୍‌ଡିଏଫସି ବ୍ୟାଙ୍କ କଣ୍ଟ୍ରିି ହେଡ୍‌ ଅରବିନ୍ଦ ଭୋରା, ଏସ୍‌ଟିଟିଡିଜିସି ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ସିଏଫ୍‌ଓ ବିମଳ ଖଣ୍ଡେଲଓ୍ବାଲ ଏବଂ ଆଦିତ୍ୟ ବିର୍ଲା ଗ୍ରୁପ ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା, ବେଦାନ୍ତ ଗ୍ରୁପ୍‌ ଚେୟାରମ୍ୟାନ ଅନିଲ ଅଗ୍ରଓ୍ବାଲଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।
ପୂର୍ବାହ୍ନ ୧୧ରୁ ମଧ୍ୟାହ୍ନ ସାଢ଼େ ୧ଟା ଯାଏ ମୁଖ୍ୟମନ୍ତ୍ରୀ ଜଣ ଜଣ କରି ନିବେଶକମାନଙ୍କ ସହ କଥା ହୋଇଛନ୍ତି। ଓଡ଼ିଶାର ଆର୍ଥିକ ବିକାଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ସେ ନିବେଶକଙ୍କୁ ଆମନ୍ତ୍ରଣ କରୁଛନ୍ତି । ରାଜ୍ୟର ବ୍ୟାଙ୍କିଙ୍ଗ୍‌, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍‌ ଓ ଖଣି ଆଦି କ୍ଷେତ୍ର ସହ ପରିଚିତ କରାଉଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୪ ତାରିଖ ଯାଏ ଭୁବନେଶ୍ୱରରେ ମେକ୍‌ ଇନ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଦେଶ ବିଦେଶରେ ଇନ୍‌ଭେଷ୍ଟର୍ସ ମିଟର ଆୟୋଜନ କରୁଛନ୍ତି। ଓଡ଼ିଶାରେ ଶିଳ୍ପ ଅନୁକୂଳ ବାତାବରଣ ଏବଂ ସିଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା ସମ୍ପର୍କରେ ନିବେଶକଙ୍କୁ ବୁଝାଉଛନ୍ତି । ଦୁବାଇ ଓ ଦିଲ୍ଲୀରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ପରେ ମୁମ୍ବାଇରେ ଏହା ଆୟୋଜିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri