Posted inରାଜ୍ୟ

ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆହ୍ବାନ

ଭୁବନେଶ୍ୱର, ୧୫ା୯(ବ୍ୟୁରୋ): ରାଜ୍ୟ ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ମିଳିତ ସହଯୋଗରେ ମୁମ୍ବାଇରେ ବୁଧବାର ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶା ହେଉଛି ଦେଶର ଦ୍ରୁତ ଆର୍ଥିକ ଅଭିବୃଦ୍ଧି ରାଜ୍ୟ। ଗତ ଦେଢ଼ ଦଶନ୍ଧି ଧରି ଓଡ଼ିଶା ଜାତୀୟ ହାରଠାରୁ ନିରନ୍ତର ଅଭିବୃଦ୍ଧି କରି ଚାଲିଛି। ପ୍ରାକୃତିକ ସମ୍ବଳ ଏବଂ ଶିଳ୍ପ ଅନୁକୂଳ ସ୍ଥାନ ଯୋଗୁ ଓଡ଼ିଶା ପୂର୍ବ ଭାରତର ଏକ ବୃହତ୍‌ ଶିଳ୍ପ ସ୍ଥଳରେ ପରିଣତ ହୋଇଛି। ଗତ ୨୦ ବର୍ଷ ଧରି ରାଜ୍ୟ ସରକାର ପ୍ରଗତିଶୀଳ ନୀତି, ଦୃଢ଼ ପ୍ରଶାସନ ଏବଂ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ଏହାର ସୁଯୋଗ ନେବା ପାଇଁ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଉପସ୍ଥିତ ସମସ୍ତ ପୁଞ୍ଜିନିବେଶକାରୀଙ୍କୁ ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ଯାଏ ଭୁବନେଶ୍ୱରରେ ହେବାକୁ ଥିବା ମେକ୍‌ ଇନ୍‌  ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗଦେବାକୁ ସେ ଆମନ୍ତ୍ରଣ କରିଛନ୍ତି। ଏଥିରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଛନ୍ତି, ରାଜ୍ୟରେ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାର ଅତି କୁଶଳୀ ଶ୍ରମିକ ସୃଷ୍ଟି ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ରାଜ୍ୟରେ ୨୦୦ ଇଞ୍ଜିନିୟରିଂ କଲେଜ ଏବଂ ୧୦୦୦ ଆଇଟିଆଇ କଲେଜ ଜରିଆରେ ଦେଶର ସବୁଠାରୁ କୁଶଳୀ ମାନବ ସମ୍ବଳ ସୃଷ୍ଟି କରାଯାଇଛି। ଉନ୍ନତ ଦକ୍ଷତା ପ୍ରଶିକ୍ଷଣ ପାଇଁ ରାଜ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ରାଜ୍ୟର ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ସକାଶେ ଷ୍ଟାର୍ଟଅପ୍‌ ଓଡ଼ିଶା ଆରମ୍ଭ କରାଯାଇଛି।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେଇଥିବା ଅତିଥିମାନଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ ଓଡ଼ିଶା ଦେଶର ସର୍ବ ବୃହତ ଷ୍ଟିଲ୍‌ ଓ ଆଲୁମିନିୟମ ଉତ୍ପାଦନକାରୀ ରାଜ୍ୟରେ ପରିଣତ ହୋଇପାରିଛି। ଏହା ପୂର୍ବରୁ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୱାନ୍‌ ଟୁ ୱାନ୍‌ ଆଲୋଚନା ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଶିଳ୍ପପତି ତଥା ମହିନ୍ଦ୍ରା ଗ୍ରୁପ୍‌ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ଓ ‘ୱାରେ ଇଞ୍ଜିନିୟର୍ସ ଲିଃ.’ର ଅଧ୍ୟକ୍ଷ ହିତେଶ ଚିମନଲାଲ ଦୋଶୀଙ୍କୁ ଭେଟିଛନ୍ତି। ଓଡ଼ିଶାରେ ପୁଞ୍ଜିନିବେଶର ସୁଯୋଗ ନେବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ଦିନେଶ କୁମାର ଖାନ୍ନା, ଅପାର ଇଣ୍ଡଷ୍ଟ୍ରିଜ ଲିମିଟେଡ୍‌ର ଅଧ୍ୟକ୍ଷ ଚୈତନ୍ୟ ଦେଶାଇ, ଜେଏମ୍‌ ବକ୍ସି ପ୍ରାଇଭେଟ ଲିମିଟେଡ୍‌ ଅଧ୍ୟକ୍ଷ ଧ୍ରୁଭ କୋଟାକ, ଆଇସିଆଇସିଆଇ ବ୍ୟାଙ୍କ ଏକଜିକ୍ୟୁଟିଭ ଡାଇରେକ୍ଟର ରାକେଶ ଝା, ଏଚ୍‌ଡିଏଫସି ବ୍ୟାଙ୍କ କଣ୍ଟ୍ରିି ହେଡ୍‌ ଅରବିନ୍ଦ ଭୋରା, ଏସ୍‌ଟିଟିଡିଜିସି ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ସିଏଫ୍‌ଓ ବିମଳ ଖଣ୍ଡେଲଓ୍ବାଲ ଏବଂ ଆଦିତ୍ୟ ବିର୍ଲା ଗ୍ରୁପ ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା, ବେଦାନ୍ତ ଗ୍ରୁପ୍‌ ଚେୟାରମ୍ୟାନ ଅନିଲ ଅଗ୍ରଓ୍ବାଲଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।
ପୂର୍ବାହ୍ନ ୧୧ରୁ ମଧ୍ୟାହ୍ନ ସାଢ଼େ ୧ଟା ଯାଏ ମୁଖ୍ୟମନ୍ତ୍ରୀ ଜଣ ଜଣ କରି ନିବେଶକମାନଙ୍କ ସହ କଥା ହୋଇଛନ୍ତି। ଓଡ଼ିଶାର ଆର୍ଥିକ ବିକାଶ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ ସେ ନିବେଶକଙ୍କୁ ଆମନ୍ତ୍ରଣ କରୁଛନ୍ତି । ରାଜ୍ୟର ବ୍ୟାଙ୍କିଙ୍ଗ୍‌, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍‌ ଓ ଖଣି ଆଦି କ୍ଷେତ୍ର ସହ ପରିଚିତ କରାଉଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଆସନ୍ତା ନଭେମ୍ବର ୩୦ ରୁ ଡିସେମ୍ବର ୪ ତାରିଖ ଯାଏ ଭୁବନେଶ୍ୱରରେ ମେକ୍‌ ଇନ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଦେଶ ବିଦେଶରେ ଇନ୍‌ଭେଷ୍ଟର୍ସ ମିଟର ଆୟୋଜନ କରୁଛନ୍ତି। ଓଡ଼ିଶାରେ ଶିଳ୍ପ ଅନୁକୂଳ ବାତାବରଣ ଏବଂ ସିଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା ସମ୍ପର୍କରେ ନିବେଶକଙ୍କୁ ବୁଝାଉଛନ୍ତି । ଦୁବାଇ ଓ ଦିଲ୍ଲୀରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ପରେ ମୁମ୍ବାଇରେ ଏହା ଆୟୋଜିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?