ତୁରନ୍ତ ଯୁଦ୍ଧ ବନ୍ଦ ପାଇଁ ଇସ୍ରାଏଲକୁ ଆହ୍ବାନ

ଜେରୁଜେଲମ୍‌,୧୧ା୧୧: ହମାସ୍‌ ବିରୋଧରେ ଇସ୍ରାଏଲର ସଂଗ୍ରାମ ଜାରି ରହିଛି। ଏହି ସମୟରେ ସାଉଦି ଆରବ ଏବଂ ମୁସଲମାନ ଦେଶ ଗାଜାରେ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ଆହ୍ବାନ ଦେଇଛନ୍ତି। ରିୟାଦରେ ମିଳିତ ଇସ୍‌ଲାମ-ଆରବ ଶିଖର ସମ୍ମିଳନୀରେ ଘୋଷଣା କରାଯାଇଛି ଯେ, ପାଲେଷ୍ଟାଇନ ବିରୋଧରେ ହୋଇଥିବା ଅପରାଧ ପାଇଁ ଇସ୍ରାଏଲ ଦାୟୀ ରହିବ।

ଏହି ବୈଠକରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ମଧ୍ୟ ଯୋଗ ଦେଇଥିଲେ। ତାଙ୍କ ବ୍ୟତୀତ ତୁର୍କୀ ରାଷ୍ଟ୍ରପତି ତାଇପ ଏର୍‌ଦଗାନ, କତାରର ଏର୍ମି ଶେଖ ତମିମ ବିନ ହମାଦ ଅଲ୍‌ ଥାନି ଏବଂ ସିରିଆ ରାଷ୍ଟ୍ରପତି ବାଶାର-ଅଲ୍‌-ଅସଦ ମଧ୍ୟ ସାମିଲ ଥିଲେ। ଏହି ଅବସରରେ ରାଇସି କହିଛନ୍ତି, ବର୍ତ୍ତମାନ ରିୟାଦ ଆଡ଼କୁ ଗତି କରୁଥିବା ବେଳେ ବିବାଦ ସମ୍ପର୍କରେ ଆଲୋଚନା କରିବା ପରିବର୍ତ୍ତେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ସମୟ ଆସିଛି।

ସେ କହିଛନ୍ତି, ଆଜି ଇସଲାମ ଦେଶଗୁଡ଼ିକର ଏକତାର ଆବଶ୍ୟକତା ରହିଛି। ରାଇସି ପ୍ରସ୍ତାବ ଦେଇଛନ୍ତି ଯେ, ମୁସଲମାନ ଦେଶମାନେ ଇସ୍ରାଏଲକୁ ସେମାନଙ୍କ ବାୟୁ ସ୍ଥାନ ବ୍ୟବହାର କରିବାରେ ପ୍ରତିବନ୍ଧକ ଲଗାନ୍ତୁ ଏବଂ ଆମେରିକାକୁ ନିଜ ଅଞ୍ଚଳରେ ସାମରିକ ଘାଟରୁ ଅସ୍ତ୍ର ପଠାଇବାକୁ ବାରଣ କରନ୍ତୁ।

ଏହି ସମୟରେ ସାଉଦି-ଆଫ୍ରିକୀୟ ଶିଖର ସମ୍ମିଳନୀରେ ଗାଜା ଉପରେ ହୋଇଥିବା ଆକ୍ରମଣକୁ ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ ନିନ୍ଦା କରିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କୁ ଟାର୍ଗେଟ କରାଯାଉଛି ଏବଂ ଇସ୍ରାଏଲ ଦ୍ୱାରା ଅନ୍ତର୍ଜାତୀୟ ନିୟମ ଉଲ୍ଲଂଘନ କରାଯାଉଛି।

ଏହି ଯୁଦ୍ଧକୁ ବାଧ୍ୟତାମୂଳକ ଭାବେ ବନ୍ଦ କରି ସ୍ଥିରତା ଏବଂ ଶାନ୍ତିର ପୁନରୁଦ୍ଧାର ପାଇଁ ସର୍ତ୍ତ ରଖିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏହି ସମ୍ମିଳନୀରେ ଭାଗ ନେବାକୁ ପଶ୍ଚିମ ଏସିଆ ଏବଂ ଆଫ୍ରିକାର ୫୦ଟି ଦେଶର ନେତା ରିୟାଦରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri