ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା: ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ

ପୁରୁଷୋତ୍ତମପୁର,୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ରାମ୍‌ସା ଗାଁର ପୂର୍ଣ୍ଣଚନ୍ଦ୍ର ନାହାକ ଓରଫ୍‌ ଟୁକୁ(୪୦)ଙ୍କୁ ମଙ୍ଗଳବାର କୋର୍ଟରେ ସାକ୍ଷୀ ଦେବାକୁ କହି ଘରୁ ଡାକିନେଇ ଖଣ୍ଡାରେ ହାଣି ହତ୍ୟା କରାଯାଇଛି।

ଏ ନେଇ ବ୍ରହ୍ମପୁର ପୋଲିସ ଏକ ହତ୍ୟା ମାମଲା ରୁଜୁକରି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ବୁଧବାର ମୃତଦେହ ଗାଁରେ ପହଞ୍ଚିବା ପରେ ପୂର୍ଣ୍ଣଚନ୍ଦ୍ରଙ୍କ ସମର୍ଥକମାନେ ବୁଢାଆମ୍ବ-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ। ଏପରି କି ଆନ୍ଦୋଳନକାରୀ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ଏ ନେଇ ତୁରନ୍ତ ହତ୍ୟାକାରୀଙ୍କୁ ଗିରଫ କରି ମୃତକଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବାକୁ ଦାବି କରିଛନ୍ତି। ଏହାକୁ ନେଇ ରାମ୍‌ସା ଓ ରିଶିପୁର ଗାଁରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।

ସୂଚନା ଯୋଗ୍ୟ, ଗତ ପଞ୍ଚାୟତ ନିର୍ବାଚନଠାରୁ ଅଞ୍ଚଳରେ ରାଜନୈତିକ ହିଂସା ଲାଗି ରହିଛି। ଉଭୟ ଗୋଷ୍ଠୀଙ୍କ ପକ୍ଷରୁ ବହୁ ମାମଲା ମଧ୍ୟ ପୁରୁଷୋତ୍ତମପୁର ଥାନାରେ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ

ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri