ଘରୁ ଡାକି ନେଇ ହତ୍ୟା, ଠେଙ୍ଗାରେ ପିଟି ମାରିଦେଲେ

ଅନୁଗୋଳ,୧୭ା୯(ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଞ୍ଚଳରେ ୨ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କାଙ୍ଗୁଲା ଗ୍ରାମର ସଂଗ୍ରାମ ବେହେରା(୨୨)ଙ୍କୁ ଘରୁ ଡାକି ନେଇ କେହି ହତ୍ୟା କରିଥିବା ବେଳେ ଅଙ୍ଗାରବନ୍ଧ ଗାଁର ସୌମ୍ୟରଞ୍ଜନ ବେହେରାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଶନିବାର ଥାନାରେ ଅଭିଯୋଗ ହୋଇଛି। ଘଟଣାକୁ ନେଇ କାଙ୍ଗୁଲା ଗ୍ରାମରେ ସକାଳେ ଉତ୍ତେଜନା ଦେଖାଦେଇଥିଲା। ସ୍ଥାନୀୟ ଲୋକେ ଅନୁଗୋଳ-ମହୀଧରପୁର ରାସ୍ତାକୁ ୫ ଘଣ୍ଟା ଅବରୋଧ କରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ପ୍ରକାଶ ଯେ, ଛେଳିଆପଡା ଗାଁରେ ଏକ ଘର ନିର୍ମାଣ ହେଉଛି। ନିର୍ମାଣ କାଯର୍ର୍‌ୟ କରୁଥିବା ମିସ୍ତ୍ରି ଓ ଶ୍ରମିକମାନଙ୍କ ଖାଇବା କଥା ବୁଝିସାରି ସଂଗ୍ରାମ ଶୁକ୍ରବାର ରାତିରେ ଘରକୁ ଫେରିଥିଲେ। ଏହାପରେ ଗାଁର କେହି ଜଣେ ତାଙ୍କୁ ମଣ୍ଡପରେ ଶୋଇବାକୁ ଡାକିବାରୁ ସେ ଘରୁ ଚାଲିଯାଇଥିଲେ। ହେଲେ ଶନିବାର ତାଙ୍କ ମୃତଦେହ ଛେଳିଆପଡା ଛକ ନିକଟ ଏକ ବାଲିଗଦା ଉପରେ ପଡ଼ିଥିବା ଦେଖାଯାଇଥିଲା। ତାଙ୍କୁ କେହି ହତ୍ୟା କରି ବାଲିଗଦା ଉପରକୁ ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗରେ ଦର୍ଶାଇଛନ୍ତି। ମୃତଦେହରେ କ୍ଷତ ଚିହ୍ନ ଥିବା ପୋଲିସ ଦେଖିବା ସହ ତାହାକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ସନ୍ଧାନୀ କୁକୁର ସହାୟତାରେ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ଏ ନେଇ ଥାନାରେ ନଂ. ୩୪/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ଧୀରେନ ବେହେରା ପ୍ରକାଶ କରିଛନ୍ତି। ସେହିପରି ସାମାନ୍ୟ କଥାକୁ ନେଇ ଅଙ୍ଗାରବନ୍ଧର ସୌମ୍ୟ ରଞ୍ଜନଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ଶୁକ୍ରବାର ରାତି ପ୍ରାୟ ୧୦ଟା ବେଳେ ସୌମ୍ୟରଞ୍ଜନ ଘର ନିକଟ ରାସ୍ତାରେ ବୁଲାବୁଲି କରୁଥିବା ବେଳେ ସୁଶାନ୍ତ ସାହୁଙ୍କ ସହ କୌଣସି କଥାକୁ ନେଇ ସାମାନ୍ୟ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସୁଶାନ୍ତ ଏକ ଠେଙ୍ଗାରେ ସୌମ୍ୟଙ୍କ ମୁଣ୍ଡକୁ ପିଟିଦେଇଥିଲେ। ଏହାପରେ ନିକଟରେ ଥିବା ପୋଖରୀକୁ ଠେଲି ଦେଇ ପଳାଇ ଯାଇଥିଲେ। ଗାଁର ୨ ଜଣ ଯୁବକ ସୌମ୍ୟରଞ୍ଜନଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ତାଙ୍କୁ ପ୍ରଥମେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ହୋଇଥିଲା। ପରିବାର ପକ୍ଷରୁ ଏ ନେଇ ଅଭିଯୋଗ କରାଯିବା ପରେ ପୋଲିସ ନଂ. ୫୦୪/୨୩ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିବା ସଦର ଥାନା ଅଧିକାରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?