ଡାକିଲା ଭଉଣୀର ସ୍ନେହ: ବନ୍ଧୁକ ଛାଡ଼ି ଫେରି ଆସିଲେ ଭାଇ, ଜାଣିଲେ ଆଖିରେ ରହିବନି ଲୁହ

କୋରୁକୋଣ୍ଡା,୩ା୮(ଡି.ଏନ୍‌.ଏ.): ଜଣେ ଭଉଣୀର ସ୍ନେହ ଓ ମମତା ଡାକିବାରୁ ବନ୍ଧୁକ ଛାଡ଼ି ଫେରି ଆସଛନ୍ତି ଭାଇ। କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଭାଇ ଭଉଣୀର ନିଆରା ସମ୍ପର୍କ ଜଣେ ଭାଇକୁ ମାଓବାଦୀରୁ କରିଛି ସାଧାରଣ ମଣିଷ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ। ସମ୍ପର୍କକୁ ଦୂରେଇ ହାତରେ ବନ୍ଧୁକ ଧରି ରକ୍ତର ହୋଲି ଖେଳୁଥିବା ଏହି ମାଓବାଦୀ ଜଣଙ୍କ ହେଉଛି ମାଓବାଦୀ କ୍ୟାଡର ମହ୍ଲା। ଘଞ୍ଚ ଜଙ୍ଗଲରେ ମାଓବାଦୀ ଭାବେ କାର୍ଯ୍ୟକରି ଆସୁଥିବା ମଲ୍ହା ଘର ପରିବାରକୁ ପଛରେ ପକାଇ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଥିଲେ। ତାଙ୍କର ବର୍ବରତା ଏତେ ବଢ଼ି ଯାଇଥିଲା ଯେ ସରକାର ମହ୍ଲାଙ୍କ ନାମରେ ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ହେଲେ ମନ ଭିତରେ ଥିଲା ଭଉଣୀ ପ୍ରତି ଭଲ ପାଇବା। ଭଉଣୀଠାରୁ ଦୂରେଇ ରହି ମଧ୍ୟ ବେଶୀ ଦିନ ଦୂରେଇ ରଖି ପାରିଲେନି ନିଜକୁ। ଶେଷରେ ଭଉଣୀର ରାଖୀ ତାଙ୍କୁ ଡାକି ଆଣିଲା ମୁଖ୍ୟ ସ୍ରୋତକୁ। ଆଉ ମାଓବାଦୀରୁ ମଲ୍ହା ସାଜିଛନ୍ତି ସାଧାରଣ ମଣିଷ ।
ରାଖୀ ବାନ୍ଧିବା ପାଇଁ ମହ୍ଲା ଭଉଣୀ ଲିଙ୍ଗେଙ୍କ ପାଖକୁ ଆସିଥିଲେ। ଭଉଣୀ ସର୍ତ୍ତ ରଖିଥିଲେ ତୁମେ ଯଦି ଆତ୍ମସମର୍ପଣ କରିବ ତା’ହେଲେ ମୁଁ ରାଖୀ ବାନ୍ଧିିବି । ବହୁତ ଭାବିବା ପରେ ଭଉଣୀଙ୍କ ନିବିଡ଼ ଭଲପାଇବା ନିକଟରେ ମହ୍ଲାଙ୍କୁ ପୋଲିସ ନିକଟରେ ଆତ୍ମସମର୍ପଣ କରିବା ପାଇଁ ବାଧ୍ୟ କରିଥିଲା। ଶେଷରେ ମହ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ଭଉଣୀ ଲିଙ୍ଗେ ଥାନାରେ ହିଁ ଭାଇଙ୍କୁ ରାଖୀ ପିନ୍ଧାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?