ଡାକିଲେ, ଅସମ୍ମାନ କଲେ

ମାଲକାନଗିରି,୧୫ା୯ (ଡି.ଏନ୍‌.ଏ.): ଓଡ଼ିଶା ବିଧାନସଭା ଗୃହ ତଥା ସଦାଚାର କମିଟି ବୈଠକ ବୁଧବାର ମାଲକାନଗିରି ଜିଲା ଗସ୍ତ କରି ସମୀକ୍ଷା କରିଛନ୍ତି। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ୍ୟ ଏହି ବୈଠକକୁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଡାକିଥିଲେ। ବୈଠକର ବିବରଣୀକୁ ବହୁଳ ଭାବେ ପ୍ରଚାର ପ୍ରସାର ପରାମର୍ଶ ଦେଇଥିଲେ। ନିମନ୍ତ୍ରଣ ପାଇ ଗଣମାଧ୍ୟମ ପ୍ରତିନିଧିମାନେ ନିଦ୍ଧିଷ୍ଟ ସମୟରେ ଗୃହରେ ପହଞ୍ଚତ୍ଥିଲେ। ତେବେ ବୈଠକ ଆରମ୍ଭରୁ ଗଣମାଧ୍ୟମ ପ୍ରତିଧିମାନଙ୍କୁ ବାହାରକୁ ଚାଲିଯିବା ପାଇଁ ଗୃହ କମିଟି ଅଧ୍ୟକ୍ଷ ଅମର ଶତପଥୀ କହିଥିଲେ। ଫଳରେ ଖବର ସଂଗ୍ରହ କରିବାକୁ ଯାଇଥିବା ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ କକ୍ଷ ତ୍ୟାଗ କରି ଚାଲି ଆସିଥିଲେ। ଏ ନେଇ ଗଣମାଧ୍ୟମ ପ୍ରତିନିଧିମାନେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ଜଣାଇଥିଲେ। ଏହା ଜିଲା ପ୍ରଶାସନ ଦ୍ୱାରା ହୋଇନାହିଁ, ଗୃହ କମିଟି ଅଧ୍ୟକ୍ଷ ଏହି ନିଷ୍ପତ୍ତି ନେଇଥିଲେ ବୋଲି ଆଚାର୍ଯ୍ୟ କହିଥିଲେ। ତେବେ ବୈଠକ ପରେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯିବ ବୋଲି ସେ କହିଥିଲେ। ଏହାକୁ ବିଭିନ୍ନ ଗଣମାଧ୍ୟମ ସଙ୍ଗଠନ ପ୍ରତିବାଦ କରିଛନ୍ତି। ଆଗାମୀ ଦିନରେ ଏପରି ପରିସ୍ଥିତି ସୃଷ୍ଟି ନ କରିବା ପାଇଁ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ଜଣାଇଛନ୍ତି। ବୈଠକରେ ଗୃହ କମିଟି ଅଧ୍ୟକ୍ଷ ବିଧାୟକ ଅମର ପ୍ରସାଦ ଶତପଥୀ, ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ମୋହନା ବିଧାୟକ ଦାଶରଥୀ ଗମାଙ୍ଗ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଜିଲାପାଳ ବିଶାଲ ସିଂ, ଏସ୍‌.ପି. ନିତିଶ୍‌ ବାଧ୍ୱାନୀଙ୍କ ସହ ବିଭିନ୍ନ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ବୈଠକର ପରେ ଅଧ୍ୟକ୍ଷ ଶତପଥୀ ମାଲକାନଗିରି ଜିଲାରେ ବିକାଶ ଦ୍ରୁତଗତିରେ ହୋଇଛି। ପାନୀୟ ଜଳ, ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ କବିତା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?