ମସଜିଦ୍‌ ଦାନବାକ୍ସ ଚୋରି ଘଟଣା: ଘରୁ ଡାକିନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବାଲିଆପାଳ,୨୫।୪(ସ୍ବ.ପ୍ର)-ବାଲିଆପାଳ ପଞ୍ଚାୟତର କଚୁଆପଡ଼ା ମସଜିଦ ଦାନବାକ୍ସ ଚୋରି ମାମଲାରେ ଜଡ଼ିତ କରି ଜଣେ ଯୁବକଙ୍କୁ ଘରୁ ଡାକିନେଇ ତାଙ୍କ ବେକରେ ଦଉଡ଼ି ବାନ୍ଧି ଟାଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ଦଉଡ଼ି ଛିଣ୍ଡି ଯିବାରୁ ଯୁବକ ଜଣକ ନିଜ ଘରକୁ ଦଉଡ଼ି ପଳାଇଯାଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ବଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନୁଯାୟୀ, ବାଲିଆପାଳ ଥାନା ଅଧୀନ କଚୁଆପଡ଼ା ମୁସଲମାନ ବସ୍ତିରେ ଥିବା ମସଜିଦ୍‌ ଦାନ ବାକ୍ସରୁ ଟଙ୍କା ଚୋରି ହୋଇଥିଲା। ଏହି ଅଭିଯୋଗରେ ଗତ ୨୨ ତାରିଖ ଅପରାହ୍ନ ୨ଟା ସମୟରେ କଚୁଆପଡ଼ା ଗ୍ରାମର ମସଜିଦ ରକ୍ଷଣା ବେକ୍ଷଣ ଦାୟିତ୍ୱରେ ଥିବା ଜଣେ ବ୍ୟକ୍ତି ଗ୍ରାମର ସେକ୍‌ ସଇକତଙ୍କ ପୁଅ ସେକ ରାଜତୁଲ୍ଲା (୨୮)ଙ୍କୁ ଘରୁ ଡାକିନେଇ ନିସ୍ତୁକ ମାଡ଼ ମାରି ବେକରେ ଦଉଡ଼ି ବାନ୍ଧି ଫାଶୀ ଟାଙ୍ଗି ଦେଇଥିଲେ। ଭାଗ୍ୟ ବଶତଃ ଦଉଡ଼ି ଛିଡ଼ି ଯିବାରୁ ସେ ବର୍ତ୍ତି ଯାଇଥିଲେ। ଏ ସମ୍ପର୍କରେ ସେହିଦିନ ରାଜତୁଲ୍ଲାଙ୍କ ବଡ଼ ଭାଇ ସେକ ମୁସ୍ତାକ ବାଲିଆପାଳ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri