Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଚୋର କହିବା ମାମଲା: ରାହୁଲ ଦୋଷୀ ସାବ୍ୟସ୍ତ, ୨ ବର୍ଷ ଜେଲ ଦଣ୍ଡାଦେଶ…

ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପନାମ ଉପରେ ମନ୍ତବ୍ୟ ଦେଇଥିଲେ। ଯାହା ପରେ ତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା।

ରାହୁଲଙ୍କୁ ୩୦ ଦିନର ଜାମିନ ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ସୁପ୍ରିମ୍‌କୋର୍ଟରେ ଏହି ମାମଲାର ବିଚାର ପାଇଁ ଆବେଦନ କରିବାକୁ ତାଙ୍କୁ ଅନୁମତି ପ୍ରଦାନ କରାଯାଇଛି।

 

ବିଶେଷଜ୍ଞଙ୍କ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ପ୍ରତି ଏକ ବିପଦ ସୃଷ୍ଟି ହୋଇଛି। ଏଥି ସହିତ ୨ ବର୍ଷର ଜେଲ ଦଣ୍ଡାଦେଣ ମଧ୍ୟ ଘୋଷଣା କରାଯାଇଛି। ତେବେ ରାହୁଲ ଗାନ୍ଧୀ କୋର୍ଟରେ କହିଛନ୍ତି ଯେ ମୋର ବିବୃତ୍ତିରେ କାହାରି କିଛି କ୍ଷତି ହୋଇ ନାହିଁ। ଦଣ୍ଡ ହ୍ରାସ କରିବାକୁ ସେ କୋର୍ଟରେ ଆବେଦନ କରିଛନ୍ତି। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଅପରାଧ ପଞ୍ଜିକୃତ ହୋଇଛି। ଏହି ମାମଲାରେ ସେ ତୃତୀୟ ଥର ପାଇଁ କୋର୍ଟରେ ହାଜର ହୋଇଛନ୍ତି। ଚିଫ ଜୁଡିସିଆଲ ମାଜିଷ୍ଟ୍ରେଟ ଏଚ ଏଚ ବର୍ମାଙ୍କ କୋର୍ଟ ଗତ ସପ୍ତାହରେ ଉଭୟ ପକ୍ଷର ଯୁକ୍ତି ଶୁଣାଣି କରି ମାର୍ଚ୍ଚ ୨୩ କୁ ରାୟ ଘୋଷଣା ତାରିଖ ଭାବରେ ସ୍ଥିର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri