ଠାକୁରାଣୀ ଯାତ୍ରାକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମା’ଠାକୁରାଣୀ ମନ୍ଦିର କମିଟି ପକ୍ଷରୁ ଶୁକ୍ରବାର ଡୁଲୁରୀଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମିଟିର ତଥା ବଣିକ ସଂଘର ସଭାପତି ଲଡ଼ୁ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ସମ୍ପାଦକ ଭଗବାନ ସାହୁ ସଭା ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ଦାରିଙ୍ଗବାଡ଼ି ସରପଞ୍ଚ ତଥା କାର୍ଯ୍ୟକାରୀ ସଭାପତି ଚନ୍ଦ୍ରିକା ମଲିକ ଯୋଗଦେଇଥିବାବେଳେ ଅନ୍ୟତମ ଅତିଥି ଭାବେ ଭାଜପା ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ, ଜଳେଶ୍ୱର ବାବା ବୋଲବମ୍‌ ସଂଘର ସଭାପତି ପ୍ରଦୀପ କୁମାର ସାହୁ ଭାଗବତ ଟୁଙ୍ଗିର ସଭାପତି ସରୋଜ ସାହୁ, ଟୁକୁନା ସାହୁ, ପ୍ରମୋଦ ସାହୁ ମଣ୍ଟୁ ସାହୁ ପ୍ରମୁଖ ଯୋଗ ଦେଇ ମା’ଠାକୁରାଣୀଙ୍କ ମନ୍ଦିର ଅର୍ଦ୍ଧ ନିର୍ମିତ ରହିଛି ତାକୁ କିଭଳି ସମ୍ପୂର୍ଣ୍ଣ କରାଯିବା ସହ ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯିବା ସହ ଦୈନିକ ଭୋଗ ଲାଗି କରାଯିବା ଆଦି ଆଲୋଚନା କରାଯାଇଥିଲା। ଚଳିତ ବର୍ଷ ବଡ଼ ଧୂମ୍‌ଧାମରେ ଏହି ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହୋଇଥିଲା। ପୁଣି ଆଗାମୀ ୩ ବର୍ଷ ପରେ ଏହି ଯାତ୍ରା କିଭଳି ବଡ଼ ଧୂମ୍‌ଧାମରେ ପାଳନ କରାଯିବ ଓ ଯୁବପିଢ଼ି ଏହାକୁ କିଭଳି ଆଗକୁ ନେବେ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା। କାର୍ଯ୍ୟକ୍ରମରେ ଅଞ୍ଚଳର ଅନେକ ଲୋକ ଯୋଗଦାନ କରି ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଦାରିଙ୍ଗବାଡିରେ ହିନ୍ଦୁ ସମ୍ମିଳନୀ: ହନୁମାନ ଚାଳିଶାରେ ପ୍ରକମ୍ପିତ ଅଞ୍ଚଳ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଉଯାଇଛି। ଏହି ଅବସରରେ ହିନ୍ଦୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।…

ଗର୍ଜିଲା କଂଗ୍ରେସ; ଏମିଜିଏନଇଆରଇଜିଏସ ଯୋଜନାର ନାଁ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ…

ଜବରଦଖଲ ଉଚ୍ଛେଦ ପରେ ସ୍ବାସ୍ଥ୍ୟକେନ୍ଦ୍ର ଚାରିପାଖେ ପଡ଼ିଥିଲା କୁଢ଼କୁଢ଼ ଅଳିଆ: ହାତରେ ଝାଡ଼ୁଧରି ସଫାକଲେ ଡାକ୍ତର    

ଦାରିଙ୍ଗବାଡ଼ି,୨୮।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାରରେ ସ୍ବାସ୍ଥ୍ୟକେନ୍ଦ୍ରର ସମ୍ମୁଖରେ ଏକାଧିକ ହୋଟେଲ, ପନିପରିବା ଦୋକାନ ଆଦି ରହିଥିଲା। ତେବେ ଜବର ଦଖଲ ଉଚ୍ଛେଦ ପରେ ଉଠାଦୋକାନୀ…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ: ଚାଷୀଙ୍କ ସହ କଲେ ଏହି ଆଲୋଚନା

ରାଇକିଆ,୨୭।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକ ହାଟରେ ବିଦେଶୀ ପର୍ଯ୍ୟଟକ ବୁଲାବୁଲି କରିବା ସହ ସ୍ଥାନୀୟ ଲୋକଙ୍କୁ ହାଟରେ ଭେଟିଛନ୍ତି । ଇଟାଲୀରୁ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri