Posted inଜାତୀୟ

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ କରିଛି। କିନ୍ତୁ ଏବେ ପ୍ରଶ୍ନ ହେଉଛି ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ‘ମହାୟୁତି’ର ବମ୍ପର ବିଜୟ ପରେ ସମସ୍ତ ତିନି ଦଳ ଭାଜପା, ଶିବସେନା ଶିନ୍ଦେ ଦଳ ଏବଂ ଏନସିପି ଅଜିତ ଦଳ ମୁଖ୍ୟମନ୍ତ୍ରୀ ପାଇଁ ଦାବି କରିଛନ୍ତି। ତେବେ ‘ମହାୟୁତି’ ତରଫରୁ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ପ୍ରସଙ୍ଗରେ ତିନି ଦଳ ଏକାଠି ନିଷ୍ପତ୍ତି ନେବେ।

ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଗ୍ରହୀ ଏକନାଥ ଶିନ୍ଦେଙ୍କ ରାଗ ଶାନ୍ତ ପଡ଼ିଥିବା କୁହାଯାଉଛି। ଶିନ୍ଦେ ଆକ୍ସନ ମୋଡକୁ ଆସିଛନ୍ତି। ଆଜିଠାରୁ ସମସ୍ତ ବୈଠକ ଆରମ୍ଭ କରିଛନ୍ତି। ସେ ଗତ ଦୁଇ ଦିନ ଧରି ବୈଠକ ବନ୍ଦ କରିଦେଇଥିଲେ। ଆଜି ଅପରାହ୍ନରେ ଥାନେ ଏବଂ ମୁମ୍ବାଇରେ ସମସ୍ତଙ୍କୁ ସେ ଭେଟିବେ ବୋଲି କହିଛନ୍ତି।

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ‘ମହାୟୁତି’ର ଅଂଶ ହୋଇଥିବା ଏକନାଥ ଶିନ୍ଦେଙ୍କ ଶିବସେନା ଏବଂ ଅଜିତ ପାୱାରଙ୍କ ଏନସିପିର ପ୍ରଦର୍ଶନ ମଧ୍ୟ ଭଲ ହୋଇଛି। ଏହି ବିଧାନସଭାରେ ମୋଟ ୨୮୮ ସଦସ୍ୟଙ୍କ ସହ ୨୩୬ଟି ଆସନ ଜିତିଛି। ଭାଜପା ୧୩୨ଟି, ଶିବସେନା ୫୭ ଏବଂ ଏନସିପି ୪୧ଟି ଆସନ ଜିତିଛି।
ଏମ୍‌ଭିଏରେ ଜାତୀୟତାବାଦୀ କଂଗ୍ରେସ ପାର୍ଟିର ପ୍ରାର୍ଥୀ (ଶରଦଚନ୍ଦ୍ର ପାୱାର) ୧୦ଟି, କଂଗ୍ରେସ ୧୬ଟି ସିଟ ଜିତିଥିବାବେଳେ ଶିବସେନା ୟୁବିଟି ୨୦ଟି ସିଟ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri