ସାଧୁ ବେଶରେ ଆସି ଝାମ୍ପିନେଲେ ଟଙ୍କା

ସାକ୍ଷୀଗୋପାଳ,୧୨।୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପାଖେଇ ଆସୁଛି ରଥଯାତ୍ରା। ପ୍ରତିବର୍ଷ ଭଳି ରଥଯାତ୍ରାରେ ସାଧୁସନ୍ଥଙ୍କ ସମାଗମ ଲାଗିବ। ମାତ୍ର ଏହି ଧର୍ମୀୟ ଭାବନାରେ କଳାଦାଗ ଲଗାଇ ଭୁବନେଶ୍ବର-ପୁରୀ ଜାତୀୟ ରାଜପଥରେ ଗୁରୁବାର ମଧ୍ୟାହ୍ନରେ ଲାଲ ବସ୍ତ୍ର ପିନ୍ଧି, ଭଷ୍ମ, ସିନ୍ଦୂର, କଜଳ ଲଗାଇ, ସାଧୁ ବେଶରେ ୩ଜଣ ଭଣ୍ଡ ବାବା କାର ଅଟକାଇ ଯାତ୍ରୀଙ୍କଠାରୁ ୩୦ ହଜାର ଟଙ୍କା ଲୁଟି ନେବାରେ ସକ୍ଷମ ହୋଇଛନ୍ତି। ପିପିଲିରୁ ଘରକୁ ଫେରୁଥିବା ସୌମ୍ୟରଞ୍ଜନ ସାହୁ ତାଙ୍କ ବାପା ଲକ୍ଷ୍ମୀଧର ସାହୁ ଓ ସମ୍ପର୍କୀୟ ଭାଇ ଆଶିଷ ସୁବୁଦ୍ଧି କାରରେ ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅଗରପୁରକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି।

ସାଧୁମାନେ ଦାନ ଆଶାରେ କାର ଅଟକାଉଛନ୍ତି ଭାବି ସେମାନେ ସେଠାରେ କାର ରଖି ସାଧୁମାନଙ୍କୁ ପ୍ରଣାମ କରି ପର୍ସରୁ କାଢି ୨୦ ଟଙ୍କା ଦେଇଥିଲେ। ମାତ୍ର ହିନ୍ଦୀ ଭାଷାରେ ସାଧୁମାନେ ଆମେ ନେବା ପାଇଁ ଆସିନାହୁଁ ବଂର ଦେବାପାଇଁ ଆସିଛୁ ବୋଲି କହି ପାଖରେ ରଖିଥିବା ଏକ ମୁଣିରୁ କିଛି ଭଷ୍ମ, ଫୁଲ ବାହାର କରି ଏହା ପର୍ସ ଭିତରେ ରଖିଲେ ଧନ ବୃଦ୍ଧି ହେବ ବୋଲି କହିଥିଲେ। ଦୁଇଜଣ ସାଧୁ ସୌମ୍ୟରଞ୍ଜନ ଓ ତାଙ୍କ ବାପାଙ୍କ ପର୍ସ ଭିତରେ ହାତ ପୁରାଇ ଟଙ୍କା ଓ ଭଷ୍ମ ଭର୍ତ୍ତି କରିବା ବାହାନାରେ ୩୦ ହଜାର ଟଙ୍କା ଝାମ୍ପି ନେଇଥିଲେ।

ସୌମ୍ୟରଞ୍ଜନ ଓ ତାଙ୍କ ଭାଇ ପାଟି କରି ପିଛା କରିବାରୁ ସେମାନେ ଧମକ ଦେଇଥିଲେ। ଜଣେ ସାଧୁ ଏକ ବାଇକ୍‌ରେ ବସି ପଳାଇ ଥିବା ବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ସାଧୁ ରଞ୍ଜନଙ୍କୁ ଲୋକେ କାବୁ କରିନେଇଥିଲେ। ହେଲେ ଅନ୍ୟ ଜଣେ ଦୌଡି ପଳାଇଥିବା ଜଣାପଡିଛି।

ଏନେଇ ସୌମ୍ୟରଞ୍ଜନ ତୁରନ୍ତ ୧୦୨କୁ ଫୋନ କରିଥିଲେ। ମୌମ୍ୟରଞ୍ଜନଙ୍କ ଅଭିଯୋଗକୁ ଭିତ୍ତି କରି ସତ୍ୟବାଦୀ ଥାନାରେ ଏକ ମାମଲା(ନଂ୧୮୮/୨୦୨୫) ରୁଜୁ ହୋଇଛି। ପୋଲିସ ଅଭିଯୁକ୍ତ ସାଧୁ ରଞ୍ଜନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ଆଇଆଇସି ବିଜୟ କେତନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri