ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି। ଗ୍ୟାଙ୍ଗ୍‌ର ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୟାଗଡ଼ ରଣପୁରର ପ୍ରଶାନ୍ତ କୁମାର ଭୋଇ, ସୁନୀଲ କୁମାର ମଲ୍ଲ ଓ ଖୋର୍ଦ୍ଧା ଜଙ୍କିଆ ଅଞ୍ଚଳର ହର ପ୍ରସାଦ ଦାଶ। ସେମାନଙ୍କଠାରୁ ବିଭିନ୍ନ କମ୍ପାନୀର ୨୩ଟି ଗାଡି ଜବତ ହୋଇଛି। ତେବେ ଅଭିଯୁକ୍ତମାନେ ଅଧିକାଂଶ ବୁଲେଟକୁ ଟାର୍ଗେଟ କରି ଚୋରି କରୁଥିବା ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଅଭିଯୁକ୍ତମାନେ ରାଜଧାନୀ ସମେତ ନୟାଗଡ଼ରେ ମଧ୍ୟ ସକ୍ରିୟ ଥିଲେ। ବିଭିନ୍ନ ଅଞ୍ଚଳରୁ ଚୋରି କରି ଆଣିଥିବା ସମସ୍ତ ଗାଡିକୁ ଏକାଠି କରି ଏକ ବଣୁଆ ସ୍ଥାନରେ ଲୁଚାଇ ରଖୁଥିଲେ। ପରେ ସେଗୁଡିକୁ ୨୫ ହଜାରରୁ ୮୦ ହଜାର ଟଙ୍କା ମଧ୍ୟରେ ଲୋକଙ୍କୁ ବିକ୍ରି କରୁଥିଲେ। ଏହି ଗ୍ୟାଙ୍ଗର କେତେଜଣ ସଦସ୍ୟ କାମ କରୁଛନ୍ତି, କେଉଁ କେଉଁ ଅଞ୍ଚଳରେ ଚୋରି କରି କେଉଁଠି ବିକିଛନ୍ତି, ସେନେଇ ଅଧିକ ତଥ୍ୟ ଜାଣିବା ପାଇଁ ପୋଲିସ ସେମାନଙ୍କୁ ଖୁବ୍‌ଶୀଘ୍ର ରିମାଣ୍ଡରେ ଆଣିବାକୁ ଯୋଜନା କରୁଛି। ସୂଚନାଯୋଗ୍ୟ, ଗତ ୩ଦିନ ତଳେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କଠାରୁ ୧୪ଟି ମୋଟରସାଇକେଲ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri