ତୀର୍ଥଯାତ୍ରାରେ ଆସିଥିଲେ, ଜଳିଗଲା ବସ୍‌

ସାକ୍ଷୀଗୋପାଳ,୯।୧(ଡି.ଏନ୍‌.ଏ.): ପୁରୀ ସାକ୍ଷୀଗୋପାଳସ୍ଥିତ ଶ୍ରୀ ଗୋପାଳ ଜୀଉଙ୍କ ପଶ୍ଚିମ ପାର୍ଶ୍ୱ ରାସ୍ତାରେ ଛିଡା ହୋଇଥିବା ଏକ ବସ୍‌ରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ବସ୍‌ରେ ନିଆଁ ଲାଗିଥିବା ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଯାତ୍ରୀମାନେ ସ୍ନାନଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ସମୟରେ ଏଭଳି ଅଘଟଣ ଘଟିଥିବାରୁ ଯାତ୍ରୀମାନେ ସୁରକ୍ଷିତଥିବା ସୂଚନାମିଳିଛି। ମାତ୍ର ସେମାନେ ସାଙ୍ଗରେ ଆଣିଥିବା ସମସ୍ତ ଆସବାବପତ୍ର ଟଙ୍କା, ଆଧାର କାର୍ଡ, ଏଟିଏମ୍‌ କାର୍ଡ ଆଦି କିଛି ଦରକାରୀ କାଗଜପତ୍ର ସମ୍ପୂର୍ଣ୍ଣ ଜଳିଯାଇଛି।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ଗୋଆଲିୟର ଅଞ୍ଚଳରୁ ୩ଟି ବସ୍‌ରେ ତୀର୍ଥଯାତ୍ରୀମାନେ ଗଙ୍ଗାସାଗର ଓ ଚାରିଧାମ ଯାତ୍ରାରେ ବାହାରିଥିଲେ। ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ ତୀର୍ଥଯାତ୍ରାର ସାକ୍ଷୀଦେବାକୁ ଶ୍ରୀସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେ। ପରେ ସେମାନେ ରାମେଶ୍ବର ତୀର୍ଥ ଭ୍ରମଣ କରିବାକୁ ଲକ୍ଷ୍ୟ ରଖିଥିଲେ। ଅଳ୍ପ କିଛି ଯାତ୍ରୀ ଓ ବସ୍‌ କର୍ମଚାରୀ ବସ୍‌ ପଛପଟୁ ଧୁଆଁ ବାହାରୁଥିବା ଦେଖିବାମାତ୍ରେ ପାଣିପକାଇ ନିଆଁ ଲିଭାଇାକୁ ଚେଷ୍ଟା କରିଥିଲେ। ମାତ୍ର ବସ୍‌ର ସିଟ ଓ ଅନ୍ୟ ପ୍ଲାଷ୍ଟିକ ଜିନିଷପତ୍ର ନିଆଁଲାଗି ଜଳିଥିଲା। ଖବରପାଇ ସାକ୍ଷୀଗୋପାଳ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁ ଲିଭାଇଥିଲେ। ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ଡ. ସମ୍ବିତ ପାତ୍ର, ଓମ୍‌ପ୍ରକାଶ ମିଶ୍ର, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ ପଣ୍ଡା, ବିଡିଓ ଲୋଚନ ଦାସ, ଆଇଆଇସି ବିଜୟ କେତନ ବେହେରା, ସ୍ଥାନୀୟ ସରପଞ୍ଚ ସମିତିସଭ୍ୟ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତୀର୍ଥଯାତ୍ରୀମାନଙ୍କୁ ସହଯୋଗ ପାଇଁ ଆଲୋଚନା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri