Posted inଜାତୀୟ

ଆସିଲା ଏକଜିଟ୍‌ ପୋଲ: ଭାଜପାକୁ ଟକ୍କର ଦେବ କଂଗ୍ରେସ

ନୂଆଦିଲ୍ଲୀ,୩୦।୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ୫ ରାଜ୍ୟରେ ନିର୍ବାଚନ ଶେଷ ହୋଇଛି। ଗୁରୁବାର ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ ଆକଳନ ସାମ୍ନାକୁ ଆସିଛି। ଏହି ଆକଳନ ଅନୁଯାୟୀ ରାଜସ୍ଥାନରେ ଭାଜପା କ୍ଷମତାକୁ ଫେରୁଥିବା ବେଳେ ତେଲଙ୍ଗାନାରେ ବିଆରଏସ୍‌ କ୍ଷମତାକୁ ଫେରିପାରେ। ସେହିପରି ଛତିଶଗଡ଼ରେ ପୁଣିଥରେ କଂଗ୍ରେସ କ୍ଷମତାକୁ ଫେରିପାରେ ବୋଲି ଏକଜିଟ୍‌ ପୋଲ କହୁଛି। ଏପରିକି ମଧ୍ୟପ୍ରଦେଶରେ ପୁଣି ଥରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳୁଛି। ହେଲେ ଡିସେମ୍ବର ୩ରେ ୫ଟି ରାଜ୍ୟର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇବ।

୯୦ ଆସନ ବିଶିଷ୍ଟ ଛତିଶଗଡ଼ରେ ବିଧାନସଭାରେ ମ୍ୟାଜିକ ନମ୍ବର ରହିଛି ୪୬। ହେଲେ ଜାତୀୟ ଗଣମାଧ୍ୟମ ‘ଇଣ୍ଡିଆ ଟୁଡେ-ଆକ୍ସିସ ମାଇଁ ଇଣ୍ଡିଆ’ ଦ୍ବାରା କରାଯାଇଥିବା ଏକ୍‌ଜିଟ ପୋଲ୍‌ରୁ ଜଣାପଡିଛି ଯେ, ଛତିଶଗଡ଼ରେ କଂଗ୍ରେସ ୪୦-୫୦ଟି ଆସନ ଜିତିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଭାଜପା ୩୬-୪୬ଟି ଆସନ ଜିତିବା ସହ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏବଂ ଗୋଣ୍ଡୱାନା ଗଣତନ୍ତ୍ର ପାର୍ଟି (ଜିଜିପି) ସମେତ ଅନ୍ୟ ଦଳ ପ୍ରାୟ ୧ରୁ ୫ ଆସନ ଜିତିପାରନ୍ତି ବୋଲି ଏକ୍‌ଜିଟ ପୋଲ୍‌ରୁ ଜଣାପଡିଛି।

ସେହିପରି ‘ଏବିପି ନ୍ୟୁଜ-ସି ଭୋଟର’ ଦ୍ବାରା କରାଯାଇଥିବା ଏକ୍‌ଜିଟ ପୋଲ୍‌ ଅନୁଯାୟୀ, ଛତିଶଗଡ଼ରେ ଭାଜପା ୩୬-୪୮ଟି ଆସନ ଜିତିପାରେ ବୋଲି ଆକଳନ କରାଯାଉଥିବା ବେଳେ କଂଗ୍ରେସ ୪୧-୫୩ଟି ଆସନ ଜିତିବାର ସମ୍ଭାବନା ରହିଛି। ଏହା ସହ ‘ଇଣ୍ଡିଆ ଟିଭି-ସିଏନ୍‌ଏକ୍ସ’ ଏକ୍‌ଜିଟ ପୋଲ୍‌ ଅନୁସାରେ ଭାଜପା ୩୦-୪୦ ଆସନ ପାଇବାକୁ ଥିବା ବେଳେ କଂଗ୍ରେସ ୪୬-୫୬ ଆସନରେ ଜିତିବା ସମ୍ଭାବନା ରହିଛି। ଏଭଳି ସ୍ଥିତିରେ ପୁଣି ଥରେ କଂଗ୍ରେସ ଛତିଶଗଡ଼ରେ ସରକାର ଗଢ଼ିବ ବୋଲି ଏକ୍‌ଜିଟ ପୋଲ୍‌ରୁ ଜଣାପଡିଛି।

ଗୁରୁବାର ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଏକ୍‌ଜିଟ ପୋଲ୍‌ ସାମ୍ନାକୁ ଆସିଛି। ରିପୋର୍ଟ ମୁତାବକ ମଧ୍ୟପ୍ରଦେଶରେ ପୁଣିଥରେ ଭାଜପା ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳୁଛି। ଜନ୍‌ କି ବାତର ରିପୋର୍ଟ ମୁତାବକ ମଧ୍ୟପ୍ରଦେଶରେ ଭାଜପାକୁ ୧୧୬ ଓ କଂଗ୍ରେସକୁ ୧୧୧ଟି ଆସନ ମିଳିପାରେ। ସେହିପରି ଟିଭି-୯ ରିପୋର୍ଟ ମୁତାବକ ମଧ୍ୟପ୍ରଦେଶରେ ଭାଜପାକୁ ୧୦୬ରୁ ୧୧୬, କଂଗ୍ରେସକୁ ୧୧୧ରୁ ୧୨୧ ଓ ଅନ୍ୟାନ୍ୟ ଦଳକୁ ୬ଟି ଆସନ ମିଳିପାରେ ବୋଲି ଆକଳନ କରାଯାଇଛି।

ଅନ୍ୟପକ୍ଷେ ରିପବ୍ଲିକ ଟିଭିର ସର୍ଭେ ମୁତାବକ ଭାଜପାକୁ ୧୧୮-୧୩୦, କଂଗ୍ରେସକୁ ୯୭-୧୦୭ ଓ ଅନ୍ୟାନ୍ୟ ଦଳଙ୍କୁ ୦୨ଟି ଆସନ ମିଳିପାରେ। ସେହିଭଳି ପୋଲ୍‌ ଅଫ୍‌ ପୋଲ୍ସର ରିପୋର୍ଟ ମୁତାବକ ମଧ୍ୟପ୍ରଦେଶରେ ଭାଜପାକୁ ୧୧୨ ଓ କଂଗ୍ରେସକୁ ୧୧୩ ଆସନ ମିଳିପାରେ ବୋଲି ଆକଳନ କରାଯାଇଛି। ହେଲେ ‘ଇଣ୍ଡିଆ ଟୁଡେ-ଆକ୍ସିସ ମାଇଁ ଇଣ୍ଡିଆ’ ଭାଜପାକୁ ୧୪୦ରୁ ୧୬୨ ଆସନ ମିଳିପାରେ ବୋଲି ଆକଳନ କରିଛି। ସେହିପରି କଂଗ୍ରେସକୁ ୬୮-୯୦ ଆସନ ମିଳିପାରେ ବୋଲି ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri