ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍‌ଙ୍କୁ ଅପହରଣ ପରେ ହତ୍ୟା

ଚାନ୍ଦବାଲି,୧୪।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।

ସୂଚନା ଯୋଗ୍ୟ, ଗତ ଫେବୃୟାରୀ ୭ ତାରିଖରେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ନୂଆପଲ୍ଲୀ ଗୋଡ଼ିପୋଖରୀ ଗାଁର ମାନସ ସାଇଁ ଚାନ୍ଦବାଲି ନାଲଗୁଣ୍ଡା ପଳାସପୁର ଗାଁକୁ ଏକ ବିବାହ ଉତ୍ସବର ଫଟୋ ଉତ୍ତୋଳନ କରିବାକୁ ଆସିଥିଲେ। ହେଲେ ତାଙ୍କୁ ପଳାସପୁର ଛକ ନିକଟରୁ ଭୁବନେଶ୍ବର ଅଞ୍ଚଳର କିଛି ବ୍ୟକ୍ତି ଅପହରଣ କରିନେଇଥିଲେ। ଏହା ଜାଣି ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ପୁଅର କୌଣସି ପତ୍ତା ପାଇ ନ ଥିଲେ। ଏନେଇ ମାନସଙ୍କ ପରିବାର ଲୋକେ ଫେବୃୟାରୀ ୧୪ ତାରିଖରେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।

ଚାନ୍ଦବାଲି ଥାନା ଅଧିକାରୀ କରୁଣାକର ରାଉତ ଓ ଏସଡ଼ିପିଓ ଦେବୀ ଶଙ୍କର ପ୍ରତାପ ଘଟଣାକୁ ଗୁରୁତର ସହ ନେଇଥିଲେ। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ପରେ ମାନସଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ଜାଣିବାକୁ ପାଇଥିଲା। ପୋଲିସ ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳା ଫାଣ୍ଡି ବଧୂପାଟଣା ପାହାଡ଼ ନିକଟରୁ ମାନସଙ୍କ ମୃତଦେହ ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏନେଇ ଚାନ୍ଦବାଲି ଥାନାରେ ଏକ ହତ୍ୟା ମାମଲା(ନଂ.୬୩ /୨୨) ରୁଜୁ ହୋଇଛି।

ଏପରି କି ମାସନ ଭୁବନେଶ୍ୱରରେ ରହି ଏକ ୟୁଟ୍ୟୁବ ଚ୍ୟାନେଲରେ କ୍ୟାମେରା ମ୍ୟାନ୍‌ ଭାବେ କାମ କରୁଥିଲେ। ଏନେଇ ତାଙ୍କ ପାଖରେ କିଛି ଗୁରୁତ୍ୱପୂର୍ଣ୍ଣ ଭିଡିଓ କ୍ଲିପ ରହିଥିଲା। ଏନେଇ ତାଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନେ ଫେରାର ଥିବା ଜଣାପଡିଛି। ଏନେଇ ପୋଲିସ ଘଟଣାର ଅଧିକ କିଛି ତଥ୍ୟ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri