ଭିଡିଓ କ୍ଲିପ ପାଇଁ କ୍ୟାମେରା ମ୍ୟାନ୍‌ଙ୍କୁ ଅପହରଣ ପରେ ହତ୍ୟା

ଚାନ୍ଦବାଲି,୧୪।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅପହରଣ ପରେ ହତ୍ୟା ମାମଲାର ତଦନ୍ତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୩ଜଣଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ କିଛି ଅଭିଯୁକ୍ତ ଫେରାର ଅଛନ୍ତି।

ସୂଚନା ଯୋଗ୍ୟ, ଗତ ଫେବୃୟାରୀ ୭ ତାରିଖରେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ନୂଆପଲ୍ଲୀ ଗୋଡ଼ିପୋଖରୀ ଗାଁର ମାନସ ସାଇଁ ଚାନ୍ଦବାଲି ନାଲଗୁଣ୍ଡା ପଳାସପୁର ଗାଁକୁ ଏକ ବିବାହ ଉତ୍ସବର ଫଟୋ ଉତ୍ତୋଳନ କରିବାକୁ ଆସିଥିଲେ। ହେଲେ ତାଙ୍କୁ ପଳାସପୁର ଛକ ନିକଟରୁ ଭୁବନେଶ୍ବର ଅଞ୍ଚଳର କିଛି ବ୍ୟକ୍ତି ଅପହରଣ କରିନେଇଥିଲେ। ଏହା ଜାଣି ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ପୁଅର କୌଣସି ପତ୍ତା ପାଇ ନ ଥିଲେ। ଏନେଇ ମାନସଙ୍କ ପରିବାର ଲୋକେ ଫେବୃୟାରୀ ୧୪ ତାରିଖରେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।

ଚାନ୍ଦବାଲି ଥାନା ଅଧିକାରୀ କରୁଣାକର ରାଉତ ଓ ଏସଡ଼ିପିଓ ଦେବୀ ଶଙ୍କର ପ୍ରତାପ ଘଟଣାକୁ ଗୁରୁତର ସହ ନେଇଥିଲେ। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ପରେ ମାନସଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ଜାଣିବାକୁ ପାଇଥିଲା। ପୋଲିସ ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳା ଫାଣ୍ଡି ବଧୂପାଟଣା ପାହାଡ଼ ନିକଟରୁ ମାନସଙ୍କ ମୃତଦେହ ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା। ଏନେଇ ଚାନ୍ଦବାଲି ଥାନାରେ ଏକ ହତ୍ୟା ମାମଲା(ନଂ.୬୩ /୨୨) ରୁଜୁ ହୋଇଛି।

ଏପରି କି ମାସନ ଭୁବନେଶ୍ୱରରେ ରହି ଏକ ୟୁଟ୍ୟୁବ ଚ୍ୟାନେଲରେ କ୍ୟାମେରା ମ୍ୟାନ୍‌ ଭାବେ କାମ କରୁଥିଲେ। ଏନେଇ ତାଙ୍କ ପାଖରେ କିଛି ଗୁରୁତ୍ୱପୂର୍ଣ୍ଣ ଭିଡିଓ କ୍ଲିପ ରହିଥିଲା। ଏନେଇ ତାଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ପୋଲିସ ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟମାନେ ଫେରାର ଥିବା ଜଣାପଡିଛି। ଏନେଇ ପୋଲିସ ଘଟଣାର ଅଧିକ କିଛି ତଥ୍ୟ ଦେଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?