କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା: ହାଇକୋର୍ଟରେ ନିରଞ୍ଜନଙ୍କ ଜାମିନ ଆବେଦନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବହୁଚର୍ଚ୍ଚିତ ନୟାଗଡ଼ର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅବସରପ୍ରାପ୍ତ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଗୁରୁବାର ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ପୂର୍ବରୁ ଭଦ୍ରକ ଜିଲା ଦୌରାଜଜ୍‌ ଓ ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ରିନଞ୍ଜନଙ୍କ ଜାମିନ ଆବେଦନ ଖାରଜ କରି ଦେଇଛନ୍ତି। ଏହି ମାମଲାରେ ନିରଞ୍ଜନ, ରାଜ୍‌ କମ୍ୟୁନିକେଶନ ମାଲିକ ରଞ୍ଜନ ନାୟକ, ଶର୍ମିଷ୍ଠା ପାଣିଗ୍ରାହୀ ଓ ସହଯୋଗୀ ଝୁନାଙ୍କ ସମେତ ୮ଜଣ ଗିରଫ ହୋଇଛନ୍ତି। ଶର୍ମିଷ୍ଠାଙ୍କ ସମ୍ପୂର୍ଣ୍ଣ ୱେବ୍‌ ପୋର୍ଟାଲରେ ମାନସ କ୍ୟାମେରାମ୍ୟାନ୍‌ ଭାବେ କାର୍ଯ୍ୟ କରୁଥିଲେ। ତେବେ ଏକ ମେମୋରି ଚିପ୍‌କୁ ନେଇ ବିବାଦ ହେବାରୁ ସେ ସଂସ୍ଥା ଛାଡ଼ି ଦେଇଥିଲେ। ମାନସ ଫେବୃୟାରୀ ୫ରେ ବାହାଘର ଉତ୍ସବ ଫଟୋ ଉଠାଇବାକୁ ଚାନ୍ଦବାଲି ପଳାଶପୁର ଯାଇଥିଲେ। ୭ରେ ପଳାଶପୁର ଛକରୁ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଏକ କାର୍‌ରେ ମାନସଙ୍କୁ ଅପହରଣ କରି ଭୁବନେଶ୍ୱର ସୁନ୍ଦରପଦାସ୍ଥିତ ଦୟାଲ ଆଶ୍ରମକୁ ଆଣି ନିର୍ଯାତନା ଦେଇଥିଲେ। ପରେ ତାଙ୍କୁ ହତ୍ୟା କରି ମୃତଦେହକୁ କାର୍‌ରେ ନେଇ ନୟାଗଡ଼ ଜିଲା ରଣପୁର ଜଙ୍ଗଲରେ ଫୋପାଡ଼ି ଦେଇଥିଲେ। ମାର୍ଚ୍ଚ ୧୨ରେ ମାନସଙ୍କ ମୃତେଦହ ଉଦ୍ଧାର କରାଯାଇଥିଲା। ନିରଞ୍ଜନଙ୍କ ସହ ଶର୍ମିଷ୍ଠାଙ୍କ ଘନିଷ୍ଠ ସମ୍ପର୍କ ରହିଥିବା ତଦନ୍ତ ସମୟରେ ଜଣାପଡ଼ିଥିଲା। ଏପରି କି ନିରଞ୍ଜନ ଅବସର ନେବାର କିଛି ଦିନ ପୂର୍ବରୁ ଶର୍ମିଷ୍ଠାଙ୍କ ସମ୍ପୂର୍ଣ୍ଣ ପାକ୍ଷିକ ପତ୍ରିକାକୁ ସରକାରୀ ବିଜ୍ଞାପନ ପାଇଁ ପ୍ୟାନେଲଭୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri