ରିମାଣ୍ଡରେ ଗଲେ ଶର୍ମିଷ୍ଠା: ଫିଟିବ ଅଧିକ ଗୁମର

ଭଦ୍ରକ ଅଫିସ୍‌,୨୯।୩: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଏକ ୱେବ ପୋର୍ଟାଲର ମୁଖ୍ୟ ଶର୍ମିଷ୍ଠା ରାଉତଙ୍କ ସମେତ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଭଦ୍ରକ ସବ୍‌ଜେଲ୍‌ରୁ ଅଣାଯାଇ କଟକ କ୍ରାଇମ୍‌ବ୍ରାଞ୍ଚ ଅଫିସ୍‌ରେ ସେମାନଙ୍କୁ ପଚରାଉଚରା କରାଯିବ। ଏହାସହ ଭୁବନେଶ୍ୱର ଦୟାଲ ଆଶ୍ରମକୁ ମଧ୍ୟ ନିଆଯିବାର ସୂଚନା ମିଳିଛି। ଭଦ୍ରକ ଜିଲା ନଳାଙ୍ଗରୁ ସୋମବାର କ୍ରାଇମବ୍ରାଞ୍ଚ ଟିମ ଓ ଭଦ୍ରକ ପୋଲିସ ଶର୍ମିଷ୍ଠା ଏବଂ ତାଙ୍କ ସହଯୋଗୀ ଝୁନା ଭୋଇଙ୍କୁ ଗିରଫ କରିଥିଲେ।
ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା ଗୋଡିପୋଖରୀ ଗାଁର ମାନସ ସ୍ବାଇଁ ଭୁବନେଶ୍ୱରରେ ଏକ ୱେବ ପୋର୍ଟାଲରେ କ୍ୟାମେରା ମ୍ୟାନ ଭାବେ କାମ କରୁଥିଲେ। ସେଠାରେ କାମ କରିବାର କିଛି ଦିନ ପରେ ଚାକିରି ଛାଡି ଦେଇଥିଲେ। ଚାକିରି ଛାଡିବା ବେଳେ ମାନସ ୱେବ ପୋର୍ଟାଲର କିଛି ଗୁପ୍ତ ତଥ୍ୟ ଥିବା ମେମୋରୀ ଚିପ ନେଇଯାଇଥିଲେ। ଏତତ୍ରେ ବିଚଳିତ ହୋଇପଡିଥିଲେ ୱେବ ପୋର୍ଟାଲ ମାଲିକାଣୀ ଶର୍ମିଷ୍ଠା ରାଉତ। ଚୋରି କରିଥିବା ମେମୋରୀ ଚିପ ଦେବାକୁ ମାନସ ଧରାଛୁଆଁ ନ ଦେବାରୁ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ପୂର୍ବତନ ଓଆଇଏସ ନିରଞ୍ଜନ ସେଠୀ, ଶର୍ମିଷ୍ଠାଙ୍କ ଭାଇଙ୍କ ସମେତ ୫ ଅଭିଯୁକ୍ତଙ୍କୁ ପୂର୍ବରୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?