କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଏଥିସହ ସନ୍ଧ୍ୟା ହେଲେ କବାଟ ଖୋଲିବାକୁ ଭୟ କରୁଛନ୍ତି। ଏଭଳି ପରିସ୍ଥିତିରେ ଗୁରୁବାର ରାତିରେ ମୁଜାଗଡ ରେଞ୍ଜ ସିଧାପଦର ଗ୍ରାମରୁ ଗୋଟିଏ କଲାରାପତରିଆ ବାଘ ଗୋଟିଏ ନବଜାତ ବାଛୁରୀ ଛୁଆକୁ ମାରି ଖାଇଥିଲା କିଛି ଅଂଶ। ବଳକା ଅଂଶକୁ ଏକ ଗଛରେ ରଖିଦେଇ ଚାଲିଯାଇଥିଲା। ଶୁକ୍ରବାର ଏହି ଘଟଣା ଜଣାପଡିବା ପରେ ବନ ବିଭାଗ ପକ୍ଷରୁ ଘଟଣାର ତଦନ୍ତ କରାଯାଇଥିଲା। ଏଥିସହ ଗତକାଲି ସନ୍ଧ୍ୟାରେ ଘଟଣାସ୍ଥଳରେ ଟ୍ରାପ କ୍ୟାମେରା ଲଗାଯାଇଥିଲା।

ଶନିବାର ସକାଳୁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଦେଖିବା ବେଳକୁ ବାଘ ପୁଣି ଆସି ମଲା ବାଛୁରୀର ବଳକା ଅଂଶକୁ ଗଛ ଉପରୁ ନେଇ ଚାଲିଯାଇଥିବା ଜଣାପଡିଛି। କ୍ୟାମେରା ଜଗିଛି କିନ୍ତୁ ବାଘ ମଲା ବାଛୁରୀ ଛୁଆକୁ ନେଇଯାଇଛି। ଘଟଣାରୁ ପ୍ରକାଶ ଯେ, ସିଧାପଦର ଗ୍ରାମରେ ସ୍ମୃତି ରଞ୍ଜନ ଦାସଙ୍କ କୃଷି ଫାର୍ମ ଅଛି। ଗୁରୁବାର ତାଙ୍କର ଗାଈପଲ ଜଙ୍ଗଲକୁ ଚରିବାକୁ ଯାଇଥିଲେ। ସନ୍ଧ୍ୟାରେ ଗାଈ ପଲ ଫେରିଥିଲେ। କିନ୍ତୁ ଗୋଟିଏ ଗର୍ଭବତୀ ଗାଈ ଫେରି ନ ଥିଲା। ଯାହାକୁ ନେଇ ସ୍ମୃତିରଞ୍ଜନଙ୍କ ଗାଈ ଜଗୁଆଳି ଦ୍ବନ୍ଦରେ ପଡିଥିଲେ। ବିଳମ୍ବିତ ରାତିରେ ଗାଈ ଫେରିଥିଲା। ଏହି ସମୟରେ ଛୁଆ ଜନ୍ମ କରିଥିବା ଜଣାପଡ଼ିଥିଲା। କିନ୍ତୁ ବାଛୁରୀ ଛୁଆ ସାଥିରେ ନ ଥିବା ଜଣାପଡିଥିଲା। ଏହାପରେ ଶୁକ୍ରବାର ପ୍ରତ୍ୟୁଷରେ ଗାଈ ଜଗୁଆଳି ବାଛୁରୀ ଜନ୍ମ ଦେଇଥିବା ଗାଈକୁ ଧରି ଜଙ୍ଗଲକୁ ଯାଇଥିଲେ। ଜଙ୍ଗଲରେ ଗାଈ ଯେଉଁଠି ଛୁଆ ଜନ୍ମ କରିଥିଲା ସେଠି ଅଟକି ଥିଲା। କିନ୍ତୁ ଛୁଆ ନ ଥିବା ଦେଖିବାକୁ ମିଳିଥିଲା। ଏହାପରେ ଖୋଜାଖୋଜି କରିବା ପରେ ମଲା ବାଛୁରୀ ଛୁଆଟି ଗୋଟିଏ ଗଛ ଉପରେ ଥିବା ଦେଖିବାକୁ ପାଇଥିଲେ। ଏଥିସହ ଗାଈ ଚରାଳି ସହ ବାଘ ମୁହାଁମୁହିଁ ହୋଇଯାଇଥିଲା। ଏହାପରେ ଗାଈ ଚରାଳି ପାଟି କରିବାରୁ ବାଘ ସେଠାରୁ ଅନ୍ୟତ୍ର ଚାଲି ଯାଇଥିଲା। ଏହାପରେ ଖବର ପାଇ ଡିଏଫଓ ହିମାଂଶୁ ଶେଖର ମହାନ୍ତି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ।
ଅପରପକ୍ଷେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରୁ ବାଘର କିଛି ଚୁଟି, ମଲା ବାଛୁରୀ ର ରକ୍ତ ଜବତ କରି ତଦନ୍ତ ପାଇଁ ପଠାଇଛି। ଏଥିସହ ବାଘର ପାଦ ଚିହ୍ନ ଠାବ କରାଯାଇଛି। ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରା ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଆଜି ହସ୍ତାନ୍ତର କରାଯାଇଛି। କ୍ୟାମେରା ଖୋଲିବା ପରେ ତାହା କଲରାପତରିଆ ବାଘ ବୋଲି ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri