ମରିୟମଙ୍କ ସଙ୍ଗିନ ଅଭିଯୋଗ

ଇସ୍‌ଲାମାବାଦ,୧୩ ।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଝିଅ ମରିୟମ ନୱାଜ ଇମ୍ରାନ ଖାଁ ସରକାରଙ୍କ ଉପରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଯେତେବେଳେ ସେ ଜେଲ୍‌ରେ ବନ୍ଦି ଥିଲେ ସେତେବେଳେ ତାଙ୍କ ବାରାକର ବାଥରୁମରେ କ୍ୟାମେରା ଲଗାଯାଇଥିଲା । ପ୍ରଶାସନ ପକ୍ଷରୁ ଉକ୍ତ କ୍ୟାମେରା ଲଗାଯାଇଥିବା ସେ ଅଭିଯୋଗ କରିଛନ୍ତି । ତେଣୁ ଏହା ଜଣେ ମହିଳାଙ୍କ ପ୍ରତି ଅପମାନ ବୋଲି ମରିୟମ କହିଛନ୍ତି । ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ପାକିସ୍ତାନର କେତେଜଣ ଆଇଏସ୍‌ଆଇ ଅଧିକାରୀ ଓ ସେନା ମିଶି ସେ ରହୁଥିବା କରାଚି ସ୍ଥିତ ହୋଟେଲରେ ପଶି ତାଙ୍କ ସ୍ୱାମୀଙ୍କୁ ଗିରଫ କରିଥିଲେ । ଇମ୍ରାନ ଖାଁ ସରକାର ତାଙ୍କୁ ଦୁଇଥର ଜେଲ୍ ପଠାଇଥିବା କଥା ମଧ୍ୟ ସେ କହିଛନ୍ତି । ତେବେ ଜେଲ୍‌ର ବାତାବରଣକୁ ନେଇ ମରିୟମ କହିଛନ୍ତି ଯଦି ଏହାର ସତ୍ୟତା ସେ କହିବେ ତେବେ ପ୍ରଶାସନ ଓ ସରକାର କାହାକୁ ମୁହଁ ଦେଖାଇ ପାରିବେ ନାହିଁ । ଏମିତି ଭାବେ ମରିୟମ ଇମ୍ରାନ ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଏମିତିକି ଇମ୍ରାନ ସରକାରଙ୍କର ଇସ୍ତଫା ଦାବି କରିଛନ୍ତି ମରିୟମ । ସୂଚନାଯୋଗ୍ୟ, ଏବେ ମରିୟମଙ୍କ ପିତା ନୱାଜ ଶରିଫ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ଭିଡିଓ କନଫରେସିଂ ଜରିଆରେ ସେନାର ନାମ ନେଇ ସଙ୍ଗିନ ଅଭିଯୋଗ ଆଣୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri