Posted inଜାତୀୟ

ପଞ୍ଜାବରେ ଆଜି ପ୍ରଚାର ଶେଷ

ଚଣ୍ଡିଗଡ଼,୧୮ ।୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଯୋରସୋରରେ ଚାଲିଛି । ଶୁକ୍ରବାର ପ୍ରଚାର ଶେଷ ହେଉଥିବା ବେଳେ ସବୁ ରାଜନୌତିକଦଳ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି । ଏହି କ୍ରମରେ ଶାସକ କଂଗ୍ରେସ ପକ୍ଷରୁ ପ୍ରଚାର ଯୋର ସୋରରେ କରାଯାଉଛି । ଲଗାତାର ରାଲି ଓ ଜନସଭା ମାଧ୍ୟମରେ ଲୋକଙ୍କୁ ନିଜ ଆଡକୁ ଆଣିବାକୁ ଚେଷ୍ଟା କରୁଛି ଦଳ । ଏହାରି ଭିତରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଅଟାରୀରେ ଏକ ଜନସଭାକୁ ଉଦବୋଧନ ଦେଇଛନ୍ତି । ସେଠାରେ ସେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ଲାଗି ପ୍ରଚାର କରିଛନ୍ତି ।
ନିର୍ବାଚନ ପ୍ରଚାର ଚାପରୁ ସାମାନ୍ୟ ହାଲକା ହେବା ଲାଗି ସେ ଯୁବକମାନଙ୍କ ସହ ଫୁଟବଲ ଖେଳୁଥିବା ଦେଖାଯାଇଛି । ଏହି ମ୍ୟାଚର ଏକ ଭିଡିଓ ଚନ୍ନି ନିଜେ ଶେୟାର କରିଛନ୍ତି । ଏଥିରେ ଦେଖାଯାଇଛି ଚନ୍ନି ପିଲାମାନଙ୍କ ସହ ଫୁଟବଲର ମଜା ନେଉଛନ୍ତି । ଏହି ଭିଡିଓ ଶେୟାର କରିବା ସହ ସେ ଲଖିଛନ୍ତି ଅଟାରୀ ଜନସଭାକୁ ସମ୍ବୋଧିତ କରିବା ପୂର୍ବରୁ ଯୁବକଙ୍କ ସହ ଫୁଟବଊ ଖେଳ ।
ସେହିପରି କଂଗ୍ରେସର ଷ୍ଟାର ପ୍ରଚାରକ ଭାବେ ବି ରାହୁଲ ଗାନ୍ଧୀ ପଞ୍ଜାବ ବିଧାନସଭା ନିର୍ବାଚନର ପ୍ରଚାର ଅଭିଯାନରେ ସାମିଲ ହୋଇଛନ୍ତି । ସୂଚନାଯୋଗ୍ୟ, ପଞ୍ଜାବ ବିଧାନସଭାର ୧୧୭ ଆସନ ପାଇଁ ଶୁକ୍ରବାର ପ୍ରଚାର ଶେଷ ହେବ । ରବିବାର ଅର୍ଥାତ୍ ଫେବୃୟାରୀ ୨୦ରେ ମତଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?