Posted inରାଜ୍ୟ

ଉପନିର୍ବାଚନ ପାଇଁ ସରିଲା ପ୍ରଚାର: ୩ରେ ମତଦାନ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜ୍ୟର ୨ ବିଧାନସଭା ନିର୍ବାଚନ ମଣ୍ଡଳୀ ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ସରିଛି ପ୍ରଚାର। ୩ ତାରିଖରେ ଅନୁଷ୍ଠିତ ହେବ ଭୋଟ ଗ୍ରହଣ। ଯଦି କେହି ନିୟମ ଉଲ୍ଲଙ୍ଘନ କରନ୍ତି ତେବେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ରବିବାର ଲୋହୀନୀ କହିଛନ୍ତି, ସ୍ବଚ୍ଛ, ଅବାଧ ଓ ମୁକ୍ତ ଉପନିର୍ବାଚନ କରିବା ନିମନ୍ତେ ବାଲେଶ୍ୱରରେ ୫ଟି ଓ ତିର୍ତ୍ତୋଳରେ ୪ଟି ଲେଖାଏ ଷ୍ଟାଟିକ ସର୍ଭିଲାନ୍ସ ଟିମ୍‌, ବାଲେଶ୍ୱର ଓ ତିର୍ତ୍ତୋଳରେ ୩ଟି ଲେଖାଏ ଭିଡିଓ ସର୍ଭିଲାନ୍ସ ଟିମ୍‌, ବାଲେଶ୍ୱରରେ ୫ଟି ଓ ତିର୍ତ୍ତୋଳରେ ୪ଟି ଲେଖାଏ ଫ୍ଲାଇଙ୍ଗ ସ୍କ୍ବାର୍ଡ, ବାଲେଶ୍ୱରରେ ୫୬ ଜଣ ଏବଂ ତିର୍ତ୍ତୋଳରେ ୬୫ ଜଣ ଲେଖାଏ ସ୍ବତନ୍ତ୍ର ଏକଜୁକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ବାଲେଶ୍ୱର ଉପନିର୍ବାଚନ ପାଇଁ ମୋଟ୍‌ ୩୪୬ଟି ପୋଲିଂ ପାର୍ଟିକୁ ବୁଥ୍‌ଗୁଡିକୁ ପଠାଯାଇଛି। ୧୦୪ଟି ପୋଲିଂ ପାର୍ଟି ଅର୍ଥାତ୍‌ ୧୮୦୦ ଜଣ ପୋଲିଂ କର୍ମଚାରୀଙ୍କୁ ସଂରକ୍ଷିତ ଭାବେ ରଖାଯାଇଛି। ତିର୍ତ୍ତୋଳ ଉପନିର୍ବାଚନ ଲାଗି ୩୭୩ ଟି ପୋଲିଂ ପାର୍ଟି ଅର୍ଥାତ୍‌ ୧୯୪୦ ଜଣ ପୋଲିଂ କର୍ମଚାରୀଙ୍କୁ ବୁଥ୍‌କୁ ପଠାଯାଇଛି। ୧୧୨ ପୋଲିଂ ପାର୍ଟିକୁ ସଂରକ୍ଷିତ ଭାବେ ରଖାଯାଇଛି। ଏଥିସହିତ ବାଲେଶ୍ୱରରେ ୩୨ଜଣ ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ ସେକ୍ଟର ଅଧିକାରୀଙ୍କୁ ନିଯୁକ୍ତ କରାଯାଇଥିବା ଲୋହାନୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri