Posted inଜାତୀୟ

ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ

ଚଣ୍ଡିଗଡ଼,୩ା୧୦: ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍‌ଟେଜ୍‌ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ ହାଓ୍ବାକୁ ପ୍ରତିହତ କରି ପୁନର୍ବାର କ୍ଷମତାରେ ରହିବା ପାଇଁ ଆଶା ରଖିଥିବାବେଳେ ୧୦ ବର୍ଷ ପରେ କଂଗ୍ରେସ କ୍ଷମତାକୁ ଫେରିବା ଲାଗି ଆଶାବାଦୀ ରହିଛି। ୮,୮୨୧ ଜଣ ଶତାୟୁଙ୍କ ସମେତ ୨ କୋଟିରୁ ଊର୍ଦ୍ଧ୍ୱ ଭୋଟର ଶନିବାର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।

ପ୍ରଚାର ଶେଷ ଦିନରେ ଭାଜପା, କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି, ଆଇଏନ୍‌ଏଲ୍‌ଡି-ବିଏସ୍‌ପି ଏବଂ ଜେଜେପି-ଆଜାଦ ସମାଜ ପାର୍ଟିର ତାରକା ପ୍ରଚାରକମାନେ ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ସ୍ଥାନରେ ର଼୍ୟାଲି ଓ ରୋଡ୍‌ଶୋ’ କରିଥିଲେ। ବରିଷ୍ଠ ଭାଜପା ନେତା ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପାଲଓ୍ବାଲଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ସେହିପରି କଂଗ୍ରେସ ଏମ୍‌ପି ଦୀପେନ୍ଦର ହୁଡ଼ା କାଲ୍‌କାଠାରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ୫ ତାରିଖ ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପଙ୍କଜ ଅଗ୍ରଓ୍ବାଲ କହିଛନ୍ତି। ଏଥିପାଇଁ ୨୦,୬୨୯ ବୁଥ୍‌ କରାଯାଇଛି। ୮ ତାରିଖରେ ଜମ୍ମୁ-କଶ୍ମୀର ସମେତ ହରିୟାଣାରେ ଭୋଟଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ।

ନିର୍ବାଚନ କମିଶନ (ଇସି) ବୁଥ୍‌ଫେରନ୍ତା ଜନମତ ସର୍ଭେ (ଏକ୍‌ଜିଟ୍‌ ପୋଲ୍‌) ଉପରେ କଟକଣା ଲଗାଇଛନ୍ତି। ୫ ତାରିଖ ସନ୍ଧ୍ୟା ୬ଟାରେ ଭୋଟଗ୍ରହଣ ଶେଷ ହେବାକୁ ଥିବାବେଳେ ଏହି ସମୟ ମଧ୍ୟରେ ଛାପା ଗଣମାଧ୍ୟମ କିମ୍ବା ଇଲେକ୍ଟ୍ରୋନିକ୍‌ ମିଡିଆ ଜରିଆରେ ଏକ୍‌ଜିଟ୍‌ ପୋଲ୍‌ ଫଳାଫଳ ପ୍ରକାଶନ କିମ୍ବା ପ୍ରସାରଣ କରାଯାଇ ପାରିବ ନାହିଁ। ସନ୍ଧ୍ୟା ୬ଟା ୩୦ ପରେ ଏହି ଜନମତ ସର୍ଭେ ରିପୋର୍ଟ ପ୍ରକାଶ କରାଯାଇପାରିବ ବୋଲି ଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri