Posted inଜାତୀୟ

ହରିୟାଣାରେ ସରିଲା ନିର୍ବାଚନ ପ୍ରଚାର: ୫ରେ ଭୋଟ

ଚଣ୍ଡିଗଡ଼,୩ା୧୦: ଆସନ୍ତା ୫ ତାରିଖରେ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଗୁରୁବାର ସନ୍ଧ୍ୟାରେ ହାଇଭୋଲ୍‌ଟେଜ୍‌ ପ୍ରଚାର ଶେଷ ହୋଇଛି। ଭାଜପା ସରକାର ବିରୋଧୀ ହାଓ୍ବାକୁ ପ୍ରତିହତ କରି ପୁନର୍ବାର କ୍ଷମତାରେ ରହିବା ପାଇଁ ଆଶା ରଖିଥିବାବେଳେ ୧୦ ବର୍ଷ ପରେ କଂଗ୍ରେସ କ୍ଷମତାକୁ ଫେରିବା ଲାଗି ଆଶାବାଦୀ ରହିଛି। ୮,୮୨୧ ଜଣ ଶତାୟୁଙ୍କ ସମେତ ୨ କୋଟିରୁ ଊର୍ଦ୍ଧ୍ୱ ଭୋଟର ଶନିବାର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।

ପ୍ରଚାର ଶେଷ ଦିନରେ ଭାଜପା, କଂଗ୍ରେସ, ଆମ୍‌ ଆଦ୍‌ମୀ ପାର୍ଟି, ଆଇଏନ୍‌ଏଲ୍‌ଡି-ବିଏସ୍‌ପି ଏବଂ ଜେଜେପି-ଆଜାଦ ସମାଜ ପାର୍ଟିର ତାରକା ପ୍ରଚାରକମାନେ ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ସ୍ଥାନରେ ର଼୍ୟାଲି ଓ ରୋଡ୍‌ଶୋ’ କରିଥିଲେ। ବରିଷ୍ଠ ଭାଜପା ନେତା ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପାଲଓ୍ବାଲଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ସେହିପରି କଂଗ୍ରେସ ଏମ୍‌ପି ଦୀପେନ୍ଦର ହୁଡ଼ା କାଲ୍‌କାଠାରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ୫ ତାରିଖ ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପଙ୍କଜ ଅଗ୍ରଓ୍ବାଲ କହିଛନ୍ତି। ଏଥିପାଇଁ ୨୦,୬୨୯ ବୁଥ୍‌ କରାଯାଇଛି। ୮ ତାରିଖରେ ଜମ୍ମୁ-କଶ୍ମୀର ସମେତ ହରିୟାଣାରେ ଭୋଟଗଣତି କରାଯାଇ ଫଳାଫଳ ପ୍ରକାଶ ପାଇବ।

ନିର୍ବାଚନ କମିଶନ (ଇସି) ବୁଥ୍‌ଫେରନ୍ତା ଜନମତ ସର୍ଭେ (ଏକ୍‌ଜିଟ୍‌ ପୋଲ୍‌) ଉପରେ କଟକଣା ଲଗାଇଛନ୍ତି। ୫ ତାରିଖ ସନ୍ଧ୍ୟା ୬ଟାରେ ଭୋଟଗ୍ରହଣ ଶେଷ ହେବାକୁ ଥିବାବେଳେ ଏହି ସମୟ ମଧ୍ୟରେ ଛାପା ଗଣମାଧ୍ୟମ କିମ୍ବା ଇଲେକ୍ଟ୍ରୋନିକ୍‌ ମିଡିଆ ଜରିଆରେ ଏକ୍‌ଜିଟ୍‌ ପୋଲ୍‌ ଫଳାଫଳ ପ୍ରକାଶନ କିମ୍ବା ପ୍ରସାରଣ କରାଯାଇ ପାରିବ ନାହିଁ। ସନ୍ଧ୍ୟା ୬ଟା ୩୦ ପରେ ଏହି ଜନମତ ସର୍ଭେ ରିପୋର୍ଟ ପ୍ରକାଶ କରାଯାଇପାରିବ ବୋଲି ଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri