Posted inଜାତୀୟ

୪ ରାଜ୍ୟରେ ପ୍ରଚାର ଶେଷ

ନୂଆଦିଲ୍ଲୀ, ୫।୪: ମଙ୍ଗଳବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ତାମିଲନାଡୁ, କେରଳ ଏବଂ ପୁଡୁଚେରୀରେ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ସେହିପରି ଆସାମରେ ତୃତୀୟ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ସରିଥିବାବେଳେ ପଶ୍ଚିମବଙ୍ଗରେ ୩ୟ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ପ୍ରଚାର ଶେଷ ହୋଇଛି। ତାମିଲନାଡୁର କନ୍ୟାକୁମାରୀ ଏବଂ କେରଳର ମାଲାପୁରମ୍‌ ଲୋକ ସଭା ଆସନ ଲାଗି ଉପନିର୍ବାଚନ ମଧ୍ୟ ମଙ୍ଗଳବାର ଅନୁଷ୍ଠିତ ହେବ। ତୃତୀୟ ପର୍ଯ୍ୟାୟରେ ଆସାମର ୪୦ ଏବଂ ପଶ୍ଚିମବଙ୍ଗର ୩୧ ଆସନରେ ମତଦାନ ହେବାକୁ ଯାଉଛି। ସେହିଦିନ ତାମିଲନାଡ଼ୁର ୨୩୪ ଆସନ, କେରଳର ୧୪୦ ଏବଂ ପୁଡ଼ୁଚେରୀର ୩୦ ଆସନରେ ଭୋଟଗ୍ରହଣ କରାଯିବ।
ଆସାମରେ ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ସମସ୍ତ ରାଜନୈତିକ ଦଳ ପକ୍ଷରୁ ଶେଷ ଉଦ୍ୟମ କରାଯାଇଛି। ବରିଷ୍ଠ ଭାଜପା ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ରାଜ୍ୟ ଭାଜପା ସଭାପତି ରଣଜିତ କୁମାର ଦାସ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବିଭିନ୍ନ ସ୍ଥାନରେ ଏନ୍‌ଡିଏ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ। ସେହିପରି ଆସାମ ଜାତୀୟ ପରିଷଦ ଅଧ୍ୟକ୍ଷ ଲୁରିନ୍‌ଜ୍ୟୋତି ଗୋଗୋଇ, ଏଆଇୟୁଡିଏଫ୍‌ ସଭାପତି ବଦ୍‌ରୁଦ୍ଦିନ ଅଜମଲ ଏବଂ ବରିଷ୍ଠ କଂଗ୍ରେସ ନେତାମାନେ ବିଭିନ୍ନ ସ୍ଥାନରେ ରାଲି କରିଥିଲେ।
କେରଳରେ ୩ ପ୍ରମୁଖ ମେଣ୍ଟ ଶେଷ ଦିନରେ ଜୋର୍‌ଦାର ପ୍ରଚାର କରିଥିଲେ। କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ୍‌, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏଲ୍‌ଡିଏଫ୍‌ର ବରିଷ୍ଠ ନେତା ତଥା ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ରାଲିରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିଥିଲେ। ମଙ୍ଗଳବାର ନିର୍ବାଚନ ପାଇଁ ୬୦ ହଜାର ସୁରକ୍ଷା ଯବାନଙ୍କୁ ନିୟୋଜିତ କରାଯାଇଛି। ପଶ୍ଚିମବଙ୍ଗରେ ମଙ୍ଗଳବାର ତୃତୀୟ ପର୍ଯ୍ୟାୟରେ ୧୨୨ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି। ଏଥିପାଇଁ ଭାଜପା, ତୃଣମୂଳ କଂଗ୍ରେସ ଏବଂ ସଂଯୁକ୍ତ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ସ୍ଥାନରେ ନିର୍ବାଚନୀ ରାଲିର ଆୟୋଜନ କରାଯାଇଥିଲା। ହୁଗ୍‌ଲି, ହାଓଡା ଏବଂ ଦକ୍ଷିଣ ୨୪ ପ୍ରଗଣା ଜିଲାର ୩୧ ଆସନରେ ମଙ୍ଗଳବାର ମତଦାନ ହେବ। ତାମିଲନାଡୁରେ ସବୁ ଦଳର ନେତା ଶେଷ ଦିନରେ ଜୋର୍‌ଦାର ପ୍ରଚାର କରିଛନ୍ତି। ପୁଡ଼ୁଚେରୀ କେନ୍ଦ୍ରଶାସିତ ଅଞ୍ଚଳର କେତେକ ସ୍ଥାନରେ ୧୪୪ ଧାରା ଜାରି ହୋଇଥିବାରୁ ନେତା ଓ ପ୍ରାର୍ଥୀମାନେ ଘରକୁ ଘର ଯାଇ ପ୍ରଚାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri