ଜମୁଛି ପ୍ରଚାର: ଏମ୍‌ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍‌ଭିକ୍ଷା

ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ଏମ୍‌ପି ପ୍ରାର୍ଥୀ ଅମିରଚାନ୍ଦ ନାୟକ ଏବଂ ବିଧାୟକ ପ୍ରାର୍ଥୀ ପ୍ରଫୁଲ ପ୍ରଧାନ କାଟିଙ୍ଗିଆଠାରେ ପହଞ୍ଚିଥିଲେ। ସେଠାରେ ଶତାଧିକ କଂଗ୍ରେସ କର୍ମୀ ତାଙ୍କୁ ସ୍ବାଗତ କରିବା ସହ ଗାଁରେ ଘର ଘର ବୁଲି ଭୋଟ୍‌ ଭିକ୍ଷା କରିଥିଲେ। କଂଗ୍ରେସ ସରକାର ଗଠନ କଲେ ବେକାରୀ ଯୁବତୀଯୁବକମାନଙ୍କୁ ଭତ୍ତା ପ୍ରଦାନ କରାଯିବ ଓ ଚାକିରି ମିଳିବା ପର୍ଯ୍ୟନ୍ତ କଂଗ୍ରେସ ସରକାର ଏହି ଭତ୍ତା ପ୍ରଦାନ କରୁଥିବେ ବୋଲି ଏମ୍‌ପି ପ୍ରାର୍ଥୀ ଅମିରଚାନ୍ଦ ଗ୍ୟାରେଣ୍ଟି ସହ କହିଥିଲେ। କଂଗ୍ରେସର ଗ୍ୟାରେଣ୍ଟି ଯୋଜନା ସମ୍ପର୍କରେ ପ୍ରଚାର କରାଯାଇଥିଲା। ପରେ କାଟିଙ୍ଗିଆ ମୁଖ୍ୟ ରାସ୍ତାକଡ଼ରେ କଂଗ୍ରେସ କାର୍ଯ୍ୟାଳୟକୁ ଉଭୟ ପ୍ରାର୍ଥୀ ଶୁଭ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟାଳୟରେ ଏକ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ଦଳ ଛାଡ଼ି କଂଗ୍ରେସରେ ସାମିଲ ହୋଇଥିଲେ ତାଙ୍କୁ ଦଳୀୟ ଉତ୍ତରୀୟ ଦେଇ ସ୍ବାଗତ କରାଯାଇଥିଲା। ସେଠାରୁ ବାହାରି ଗୁଡ଼ିକିଆ, କୁମ୍ଭାରୀଗାଁ, ଝିଞ୍ଜିରୀଗୁଡ଼ା, ହାତୀମୁଣ୍ଡାର ବୁଜୁଲି, ଗଦାପୁର ଆଦି ଅଞ୍ଚଳରେ ପ୍ରଚାର କରିଥିଲେ। ଶିକରମହା, ଦାସିଙ୍ଗବାଡି, ଦାରିଙ୍ଗବାଡ଼ି, ଶ୍ରାନିକେତା, ସିମନବାଡ଼ି, ତିଲୋରୀ ହୋଇ ବୁଡ଼ାଗୁଡାଠାରେ ପ୍ରଚାର ଶେଷ କରିବେ ବୋଲି ଅମିରଚାନ୍ଦ କହିଛନ୍ତି। ପ୍ରଚାରବେଳେ କଂଗ୍ରେସର ବରିଷ୍ଠ ନେତା ରମାକାନ୍ତ ବଳିୟାରସିଂଙ୍କ ସମେତ କରମ ସିଂ,ପ୍ରେମାନନ୍ଦ ବସ୍ତରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri