Posted inଜାତୀୟ

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ଆସନରେ ଭୋଟ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ଭୋଟ ହେତୁ ବୁଧବାର (୧୭ ଏପ୍ରିଲ ୨୦୨୪) ସା ୬ଟାରେ ନିର୍ବାଚନ ପ୍ରଚାର ବନ୍ଦ ହୋଇଯାଇଥିଲା। ଭୋଟ ଦେବାର ୪୮ ଘଣ୍ଟା ପୂର୍ବରୁ ଏହି ଅଞ୍ଚଳରେ ରୋଡ ଶୋ, ସାଧାରଣ ସଭା ଏବଂ ଶୋଭାଯାତ୍ରା ପରି ସମସ୍ତ କାର୍ଯ୍ୟକ୍ରମ ନିଷେଧ।
ଦେଶରେ ୧୮ତମ ଲୋକ ସଭା ନିର୍ବାଚନରେ ଭୋଟ ଦେବାକୁ ୨୪ଘଣ୍ଟାରୁ କମ ସମୟ ବାକି ଅଛି। ଏପ୍ରିଲ ୧୭ରେ ନିର୍ବାଚନ ପ୍ରଚାର ଶେଷ ହେବା ପରେ ନିରବତା ଅବଧି ବା ସାଇଲେନ୍ସ ପରିୟଡ କାର୍ଯ୍ୟକାରୀ ହୋଇଛି। ତେବେ ଏହି ନୀରବତା ଅବଧି କ’ଣ ଏବଂ ଭୋଟ ଶେଷ ହେବା ପରେ କ’ଣ ହୁଏ।
ଭୋଟ ଦେବାର ୪୮ ଘଣ୍ଟା ପୂର୍ବର ସମୟ ସାଇଲେଣ୍ଡ ପିରିୟଡ ଭାବରେ ଜଣାଶୁଣା। ଏହି ଅବଧି ମଧ୍ୟରେ କୌଣସି ରାଜନୈତିକ ଦଳ ଏବଂ ପ୍ରାର୍ଥୀଙ୍କୁ ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ପ୍ରଚାର କରିବାକୁ ଅନୁମତି ଦିଆଯାଇ ନାହିଁ। ଲୋକ ପ୍ରତିନିଧୀ ଅଧିନିୟମ, ୧୯୫୧ର ଧାରା ୧୨୬ ଅନୁଯାୟୀ, ଭୋଟ ପରେ ଏହି ସମୟ ସୀମା ଶେଷ ହୋଇଯାଇଥାଏ।
ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠେ ଯେ ପ୍ରାର୍ଥୀମାନେ ଏହି ୪୮ ଘଣ୍ଟା ମଧ୍ୟରେ ଆଦୌ ପ୍ରଚାର କରିପାରିବେ ନାହିଁ କି। ଇସିଆଇ ଅନୁଯାୟୀ, ସାଇଲେନ୍ସ ପିରିୟଡରେ ଘର ଘର ବା ଡୋର ଟୁଡେଶର ଟାଇ ନିର୍ବାଚନ ପ୍ରଚାରକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri