ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର,୨୨।୨(ବ୍ୟୁରୋ):ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ସରିଥିବା ବେଳେ ଆଜି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଜାରି ରହିଛି । ସେହିପରି ୨୪ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ହେବ। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ସରିବ। ପ୍ରଶାସନିକ ପ୍ରସ୍ତୁତି ମଧ୍ୟ ଜୋରଦାର ହେଉଛି । ଶେଷ ପର୍ଯ୍ୟାୟ ନିର୍ବାଚନରେ ଭଲ ପ୍ରଦର୍ଶନ କରିବା ପାଇଁ ପ୍ରଚାର ଜୋରଦାର ଚାଲିଛି। ପଞ୍ଚମ ପର୍ଯ୍ୟାୟରେ ରାଜ୍ୟରେ ୪୯ ବ୍ଲକର ୧୩୧ଟି ଜିଲାପରିଷଦ ଜୋନ୍‌ରେ ହେବ ନିର୍ବାଚନ। ୯୭୫ ସରପଞ୍ଚ, ସମିତି ସଭ୍ୟ ଏବଂ ୧୩ହଜାର ୫୧୪ ଓ୍ବାର୍ଡରେ ଭୋଟିଂ ହେବ । ୪୧ଲକ୍ଷରୁ ଅଧିକ ଭୋଟର ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ନିଜର ମତଦାନ ସାବ୍ୟସ୍ତ କରିବେ ।