କମ୍ପୁଛି ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୧୪ା୨: ଜୋର୍‌ ଧରିଛି ପ୍ରଚାର। କମ୍ପୁଛି ମଇଦାନ। ଚାଲିଛି ଆରୋପ-ପ୍ରତ୍ୟାରୋପ। ଏସବୁ ଭିତରେ ବିକାଶର ସ୍ବପ୍ନ ଦେଖାଇ ଭୋଟରଙ୍କ ନିକଟତର ହେଉଛନ୍ତି ପ୍ରାର୍ଥୀ। ମତଦାନ ତାରିଖ ପାଖେଇ ଆସୁଥିବାବେଳେ ମଇଦାନକୁ ଓହ୍ଲାଇଛନ୍ତି ତୁଙ୍ଗନେତା, ଯାହାକୁ ନେଇ ଉଷ୍ମ ହୋଇଛି ଢେଙ୍କାନାଳ ଜିଲାର ରାଜନୈତିକ ବାତାବରଣ।
ରବିବାର ପ୍ରମୁଖ ରାଜନୈତିକ ଦଳ ଭାଜପା ଏବଂ ବିଜେଡି ପକ୍ଷରୁ ସଦର ଓ ଓଡ଼ାପଡ଼ା ବ୍ଲକରେ ମାରାଥନ୍‌ ପ୍ରଚାର କରାଯାଇଛି। ସଦର ବ୍ଲକ ଅନ୍ତର୍ଗତ ୩ନଂ. ଜୋନ୍‌ର ବିଭିନ୍ନ ପଞ୍ଚାୟତରେ ବିଜେଡି ଜିଲା ପରିଷଦ ପ୍ରାର୍ଥୀ ଅଶୋକ କୁମାର ପରିଡ଼ାଙ୍କ ପାଇଁ ବିଧାୟକ ସୁଧୀର କୁମାର ସାମଲ ପ୍ରଚାର କରିଛନ୍ତି। ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ଅସହଯୋଗ ନୀତିର ତୀବ୍ର ସମାଳୋଚନା କରିଥିଲେ। ଏଥିସହ ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନା ଉପରେ ଆଲୋକପାତ କରିଥିଲେ। ବିଧାୟକଙ୍କ ସମେତ ରାଜ୍ୟ ସାଧାରଣ ସମ୍ପାଦକ ହର୍ଷବର୍ଦ୍ଧନ ସିଂଦେଓ, ଜିଲା କୃଷକ ସଙ୍ଗଠନ ସମ୍ପାଦକ ନରୋତ୍ତମ ସାହୁ ପ୍ରମୁଖ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ନିବେଦନ କରିଥିଲେ।
ସେହିପରି ଓଡ଼ାପଡ଼ା ବ୍ଲକର ୧ନଂ. ଜିଲା ପରିଷଦ ଜୋନ୍‌ରେ ଭାଜପାର ରାଜ୍ୟ ସଭାପତି ସମୀର ମହାନ୍ତି ଦଳୀୟ ପ୍ରାର୍ଥୀ ବବିଲତା ବେହେରାଙ୍କ ପାଇଁ ପ୍ରଚାର କରିଥିଲେ। ଏହି ଅବସରରେ ସେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିବା ସହିତ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିସହ ଦଳୀୟ ପାର୍ଥୀଙ୍କୁ ବିପୁଳ ମତଦାନ କରି ଜିତାଇବାକୁ ଭୋଟରଙ୍କୁ ନିବେଦନ କରିଥିଲେ। ପୂର୍ବତନ ରାଜ୍ୟ ସଭା ସଦସ୍ୟ ରୁଦ୍ରନାରାୟଣ ପାଣି, ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରାଙ୍କ ସମେତ ବହୁ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri